ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ ସରକାର ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳନା କରାଯିବ। ଅନ୍ୟପକ୍ଷରେ ଗ୍ରୀଷ୍ମ ଛୁଟି ପାଇଁ ଗଣଶିକ୍ଷା ବିଭାଗ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି। ଏ ନେଇ ମଙ୍ଗଳବାର ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଗ୍ରୀଷ୍ମ ଛୁଟିରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ବିଷୟଭିତ୍ତିକ କାର୍ଯ୍ୟ ତଥା ନିଜର ଦକ୍ଷତା ଓ କୌଶଳର ଅଭିବୃତ୍ତି ପାଇଁ ଅବକାଶକାଳୀନ ଗୃହକାର୍ଯ୍ୟ (ହଲିଡେ ହୋମ୍‌ଓ୍ବର୍କ) ଦିଆଯିବ। ଏହି ଅବକାଶକାଳୀନ ଗୃହକାର୍ଯ୍ୟକୁ ରିସୋର୍ସ ଟିଚର ପ୍ରସ୍ତୁତ କରିବେ ଏବଂ ପ୍ରଧାନଶିକ୍ଷକ ସମସ୍ତ ଛାତ୍ରୀଛାତ୍ରଙ୍କୁ ବଣ୍ଟନ କରିବେ। ଛାତ୍ରୀଛାତ୍ରଙ୍କର କୌଣସି ବିଷୟରେ ଦ୍ୱନ୍ଦ୍ୱ ଥିଲେ ସେମାନେ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକଙ୍କୁ ଟେଲିଫୋନ ଯୋଗେ ସେମାନଙ୍କର ସନ୍ଦେହ ଦୂର କରିପାରିବେ। ଗ୍ରୀଷ୍ମ ଛୁଟି ସମୟରେ ଛାତ୍ରୀଛାତ୍ର କିପରି ସେଲ୍ଫଷ୍ଟଡି କରିବେ ସେଥିପାଇଁ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକମାନେ ଛାତ୍ରୀଛାତ୍ର/ଅଭିଭାବକଙ୍କ ସହ ଆଲୋଚନା କରିବେ। ପୂରା ଗ୍ରୀଷ୍ମ ଛୁଟିରେ ଶିକ୍ଷକ, ଜୁନିଅର ଆସିଷ୍ଟାଣ୍ଟ ଏବଂ ପିଅନମାନେ ରୋଷ୍ଟର ଡ୍ୟୁଟି କରିବେ ଓ ଏଥିପାଇଁ ଏକ ରେଜିଷ୍ଟର କରାଯିବ। ବର୍ତ୍ତମାନ ସ୍କୁଲରେ ନାମଲେଖା ଚାଲିଛି। ଏହି ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଅଫିସ ଖୋଲା ରହିବ। ସ୍କୁଲର ସମ୍ପତ୍ତି ଯେପରିକି ଲାଇବ୍ରେରି, ସ୍ମାର୍ଟ କ୍ଲାସରୁମ ଇତ୍ୟାଦି ଉପରେ ରୋଷ୍ଟର ଡ୍ୟୁଟିରେ ଥିବା କର୍ମଚାରୀମାନେ ନଜର ରଖିଥିବେ। କୌଣସି ପ୍ରାକୃତିକ ବିପତ୍ତି(କାଳବୈଶାଖୀ ଇତ୍ୟାଦି) ହେଲେ ରୋଷ୍ଟର ଡ୍ୟୁଟିରେ ଥିବା କର୍ମଚାରୀ ସ୍କୁଲ ଯାଇ ତଦାରଖ କରିବେ। ସ୍କୁଲ ଖୋଲିବା ପୂର୍ବରୁ ପ୍ରଧାନଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ସ୍କୁଲର ପରିମଳ ଏବଂ ସୁରକ୍ଷା ଦିଗ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri