ଅନ୍‌ଲାଇନ୍‌ ପାଠପଢ଼ା ରିପୋର୍ଟ ଶିକ୍ଷକ ଦେବେ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଗତ ୬ମାସ ମଧ୍ୟରେ ହାଇସ୍କୁଲ୍‌ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଅନ୍‌ଲାଇନରେ କିଭଳି ଓ କେତେ ପାଠ ପଢାଇଛନ୍ତି ତାହାର ରିପୋର୍ଟ ମାଗିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଚିଠି ଲେଖି ପାଠପଢ଼ାର ହିସାବ ଦେବାକୁ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି। ଗତ ଲକ୍‌ଡାଉନ୍‌ ଓ ଅନ୍‌ଲକ୍‌ରେ ହେଡ୍‌କ୍ୱାର୍ଟରରେ ରହି ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ଲାଗି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲେ ମଧ୍ୟ କିଛି ଶିକ୍ଷକ ଏହାକୁ ଗୁରୁତ୍ୱର ସହ ନେଇ ନ ଥିଲେ। ହେଡ୍‌କ୍ୱାର୍ଟରରେ ରହି ନ ଥିଲେ କି ଅନ୍‌ଲାଇନ୍‌ରେ କ୍ଲାସ୍‌ କରି ନ ଥିଲେ। ଏହି ୬ମାସ ମଧ୍ୟରେ ରାଜ୍ୟ ସରକାର ଶିକ୍ଷକମାନଙ୍କୁ ପୂର୍ଣ୍ଣାଙ୍ଗ ବେତନ ପ୍ରଦାନ କରିଥିଲେ ମଧ୍ୟ ପାଠପଢାରେ କିନ୍ତୁ ସେମାନେ ଢିଲା କରିଥିବା ଅଭିଯୋଗ ଆସିଥିଲା। ସ୍କୁଲ୍‌ ବନ୍ଦ ଥିବାରୁ ଅଧିକାଂଶ ଶିକ୍ଷକ ହେଡ୍‌କ୍ୱାର୍ଟରେ ନ ରହିବାର ବାହାନା ଦେଖାଇଥିଲେ, ଯାହାକୁ ସହଜରେ ଗ୍ରହଣ କରିପାରିନାହାନ୍ତି ରାଜ୍ୟ ସରକାର। ତେଣୁ ସେପ୍ଟେମ୍ବର ଶେଷ ସପ୍ତାହରେ କେଉଁ ଶିକ୍ଷୟିତ୍ରୀ ଶିକ୍ଷକ ହେଡ୍‌କ୍ୱାର୍ଟରରେ ନ ଥିଲେ ତାହାର ରିପୋର୍ଟ ମଗାଯାଇଛି। ସେହିଭଳି ଅନ୍‌ଲାଇନ୍‌ରେ କେଉଁ ଶିକ୍ଷକ କେତେ କ୍ଲାସ୍‌ ନେଇଛନ୍ତି ଓ କେଉଁମାନେ ବିଲ୍‌କୁଲ୍‌ କ୍ଲାସ୍‌ କରିନାହାନ୍ତି ସମ୍ପୃକ୍ତ ସ୍କୁଲ୍‌ର ପ୍ରଧାନଶିକ୍ଷକମାନେ ତାହାର ରିପୋର୍ଟ ଦେବେ। ଶିକ୍ଷା ସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ପାଠ ପଢାଇଛନ୍ତି କି ନାହିଁ ତାହାର ମଧ୍ୟ ତଥ୍ୟ ରଖିବେ। ଶିକ୍ଷୟିତ୍ରୀ, ଶିକ୍ଷକଙ୍କଠାରୁ ତଥ୍ୟ ସଂଗ୍ରହ କରିବା ପରେ ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଛାତ୍ରୀଛାତ୍ରଙ୍କୁ ଯୋଗାଯୋଗ କରି ତାହାର ସତ୍ୟାସତ୍ୟ ଯାଞ୍ଚ କରି ତାହାକୁ ନିର୍ଦ୍ଦେଶାଳୟ ନିକଟକୁ ମେଲ୍‌ ଯୋଗେ ପଠାଇବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ରହିଛି। ଅକ୍ଟୋବର ୧୧ ସୁଦ୍ଧା ରିପୋର୍ଟ ପହଞ୍ଚତ୍ବା ପରେ ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ତାହାର ସମୀକ୍ଷା କରାଯିବ ବୋଲି ନିର୍ଦ୍ଦେଶାଳୟ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri