ଡିସେମ୍ବର ୨୦ ପର୍ଯ୍ୟନ୍ତ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରାଜଧାନୀରେ ଆନ୍ଦୋଳନ କରିଥିବା ଶିକ୍ଷକମାନେ ବୁଧବାର ସେମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ଡିସେମ୍ବର ୨୦ ପର୍ଯ୍ୟନ୍ତ ଏହି ଆନ୍ଦୋଳନକୁ ପ୍ରାଥମିକ ଶିକ୍ଷକ ସଂଘ ସ୍ଥଗିତ ରଖିଛି। ୧୬ରୁ ୨୦ଭିତରେ ଦାବି ପୂରଣ ନ ହେଲେ ୨୧ରୁ ପୁନର୍ବାର ଆନ୍ଦୋଳନକୁ ତୀବ୍ରତର କରାଯିବ। ସମୂହ ଛୁଟିରେ ଯିବୁ ବୋଲି ସଂଘ ଧମକ ଦେଇଛି।

ଆନ୍ଦୋଳନରତ ଶିକ୍ଷକମାନେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ରଙ୍କ ସହିତ ଆଜି ଆଲୋଚନା କରିଥିଲେ। ଦାବି ସମାଧାନ ପାଇଁ ମୁଖ୍ୟଶାସନ ସଚିବ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଯେଉଁ କମିଟିର ଅଧ୍ୟକ୍ଷ ଅଛନ୍ତି ନିଜେ ମୁଖ୍ୟଶାସନ ସଚିବ। ଉନ୍ନୟନ କମିଶନର, ଅର୍ଥ ସଚିବ ଓ ଗଣଶିକ୍ଷା ସଚିବ ସଦସ୍ୟ ରହିବେ। ଡିସେମ୍ବର ୧୬ରୁ ୨୦ ମଧ୍ୟରେ ଦାବି ସମାଧାନ କରିବାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ସ୍ଥଗିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri