ଶିକ୍ଷକଙ୍କ ବାଇକ୍‌ ଡିକି ଭାଙ୍ଗି ଲୁଟି ନେଲେ ଟଙ୍କା

ଛତ୍ରପୁର,୮ା୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଛତ୍ରପୁର ସହର ମୁଖ୍ୟ ବଜାର ରାସ୍ତାରୁ ଗୁରୁବାର ଜଣେ ଶିକ୍ଷକଙ୍କ ବାଇକ୍‌ ଡିକି ଭାଙ୍ଗି ସେଥିରେ ଥିବା ବ୍ୟାଗରୁ ୫୫ ହଜାର ଟଙ୍କା ଲୁଟ ହୋଇଛି। ଲୁଟର ଶିକାର ହୋଇଥିବା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ ଦିବ୍ୟସିଂହପୁର ଗାଁର ତଥା ମହାନାଦପୁର୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ନୀଳକଣ୍ଠ ଶତପଥୀ ଏ ନେଇ ଥାନାରେ ଏତଲା ଦେଇଛନ୍ତି। ଛତ୍ରପୁର ଥାନା ଏସ୍‌ଆଇ ବିନୟ କୁମାର ଦାଶ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଶିକ୍ଷକ ନୀଳକଣ୍ଠ ଛତ୍ରପୁର ଏସବିଆଇ ବଜାର ଶାଖାରୁ ୫୫ ହଜାର ଟଙ୍କା ଉଠାଇ ନିଜ ବାଇକ (ନଂ.ଓଡ଼ି ୦୭ ଏଭି ୭୧୧୪) ଡିକିରେ ରଖିଥିଲେ। ବ୍ୟାଙ୍କଠାରୁ କିଛି ଦୂର ଯାଇ ଏକ କସ୍ମେଟିକ ଦୋକାନ ଆଗରେ ବାଇକ୍‌ ରଖି ସେ କିଛି କିଣିବାକୁ ଯାଇଥିଲେ। ସେ ବାଇକ ପାଖକୁ ଆସିବାରେ ଡିକି ଭାଙ୍ଗିଥିବା ଓ ସେଥିରେ ୫୫ ହଜାର ଟଙ୍କା ନ ଥିବା ଦେଖିଥିଲେ। ଅଭିଯୋଗ ପରେ ପୋଲିସ ଟିମ ବ୍ୟାଙ୍କକୁ ଯାଇ ମ୍ୟାନେଜରଙ୍କ ସହ ଆଲୋଚନା କରିବା ସହ ସିସିଟିଭି ଫୁଟେଜ ଯାଞ୍ଚ କରିଥିଲା। କସ୍ମେଟିକ ଦୋକାନ ଆଖପାଖର ଅନ୍ୟ ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ ହୋଇଥିଲା। ୪ ଜଣ ଦୃର୍ବୁତ୍ତ ୨ଟି ବାଇକରେ ଆସି ବ୍ୟାଙ୍କରେ ଶିକ୍ଷକ ଟଙ୍କା ଉଠାଉଥିବା ଦେଖିଥିଲେ। ସେମାନେ ଶିକ୍ଷକଙ୍କ ବାଇକ ଡିକି ଭାଙ୍ଗି ଟଙ୍କା ଲୁଟ କରିଥିବା ସିସିଟିଭି ଫୁଟେଜରୁ ଜଣାପଡିଛି। ଶିକ୍ଷକ ଜଣକ ବ୍ୟାଙ୍କରୁ ଉଠାଇଥିବା ଟଙ୍କା ସୋସାଇଟି ଋଣ ଶୁଝିଥାନ୍ତେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri