ଶିକ୍ଷକମାନେ ଧାରଣାସ୍ଥଳରେ ଗୀତ, ନାଚ କରି ପ୍ରତିବାଦ

ପଟ୍ଟାମୁଣ୍ଡାଇ,୧୭ା୯(ଅକ୍ଷୟ ବିଶ୍ୱାଳ)ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବନକ୍ରମେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ସମସ୍ତ ପ୍ରାଥମିକ ଶିକ୍ଷକ ସମୂହ ଛୁଟିରେ ଯାଇଛନ୍ତି। ଶିକ୍ଷୟିତ୍ରୀଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଗୀତ, ନାଚ କରି ପ୍ରତିବାଦ ଜଣାଇଛନ୍ତି। ଦାବିପୂରଣ ନ ହେବା ପର୍ଯ୍ୟନ୍ତ ଏହି ଧାରଣା ଓ ସମୂହ ଛୁଟି ଅବ୍ୟାହତ ରହିବ ବୋଲି ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକମାନେ ଚେତାବନୀ ଦେଇଛନ୍ତି। ସେମାନେ ଆନ୍ଦେଳନକୁ ଓଲ୍ଲାଇବା ଯୋଗୁ ପଟ୍ଟାମୁଣ୍ଡାଇରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢା ଠପ ହୋଇଯାଇଛି। ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଏହି ଛୁଟି ଦରଖାସ୍ତ ଦିଆଯାଇଛି। ପ୍ରାଥମିକ ଶିକ୍ଷକମାନେ ଛୁଟିରେ ଯିବାରୁ ପଟ୍ଟାମୁଣ୍ଡାଇ ବ୍ଲକର ୧୧୩ଟି ପ୍ରାଥମିକ ବିଦ୍ୟାଳୟ ୭୮ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏସବୁ ବିଦ୍ୟାଳୟରେ ୧୦୦୯ ଜଣ ଶିକ୍ଷକତା କରୁଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ଛୁଟିରେ ରହିବାରୁ ପଟ୍ଟାମୁଣ୍ଡାଇ ବ୍ଲକରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଗୁରୁତର ସ୍ଥିତି ଉପୁଜିଛି। ୧୯୧ଟି ପ୍ରାଥମିକ ବିଦ୍ୟାଳୟରେ ୧୮, ୧୦୩ ଜଣ ଛାତ୍ରୀଛାତ୍ରଙ୍କ ପାଠ ପଢ଼ାରେ ଡୋରି ବନ୍ଧା ହୋଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ଚନ୍ଦ୍ର ଶେଖର ତ୍ରିପାଠୀ କହିଛନ୍ତି, ପଟ୍ଟାମୁଣ୍ଡାଇ ବ୍ଲକର ୬୪ଟି ସ୍କୁଲ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ବେଳେ ୧୩୦ଟି ସ୍କୁଲରେ ପାଠପଢ଼ା ପ୍ରଭାବିତ ହୋଇଛି। ଅନ୍ୟବର୍ଗର ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ସ୍କୁଲ ଖୋଲିଥିବା ବେଳେ ପାଠପଢ଼ା କିନ୍ତୁ ହୋଇପାରିନାହିଁ। ପାଠପଢ଼ା ପାଇଁ ବିକଳ୍ପ ବ୍ୟବସ୍ଥା ଉଚ୍ଚ କର୍ତ୍ତୃପକ୍ଷ ଗ୍ରହଣ କରିବେ ବୋଲି ସେ କହିଛନ୍ତି। ଶୁକ୍ରବାରଠାରୁ ପଟ୍ଟାମୁଣ୍ଡାଇ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ସବୁ ଶିକ୍ଷୟିତ୍ରୀଶିକ୍ଷକ ସମୂହ ଛୁଟିରେ ଯାଇ ଧାରଣାରେ ବସିଛନ୍ତି। ଏହି ଧାରଣାରେ ଶିକ୍ଷକ ନେତା ବିଶ୍ୱ ରଞ୍ଜନ ଦାଶ, ପ୍ରେମାନନ୍ଦ ଜୀବନ ଦାସ, ରାଜ୍ୟ ନେତା ମଳୟ କୁମାର ଜେନା, ଦିବାକର ଦାଶ, ଅନ୍ତର୍ଯ୍ୟାମୀ ବେଜ୍‌, ଅଦ୍ୱୈତ୍ୟ ପ୍ରସାଦ ବିଶ୍ୱାଳ, ସୁରେନ୍ଦ୍ର କୁମାର ମଳିକ, ଗୋଦାବରିଶ ମିଶ୍ର, ଲୋକନାଥ ନାୟକ, ସୁଜାତା ଦାସ, ଅଜୟ ସ୍ବାଇଁ, ସୁକଦେବ ସେଠୀ, ପ୍ରଦୀପ ତରାଇ, କୁଞ୍ଜଲତା ସାହୁ, ମମତା ଷଡଙ୍ଗୀ, କ୍ରୀଷ୍ଣା ସ୍ବାଇଁ, ଶଶିକଳା ପଣ୍ଡା, ସରୋଜିନୀ ଦାସ,ଗୀତାଞଳୀ ବେହେରା ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri