ଦାବି ନ ମାନିଲେ ୧୬ରୁ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମିଳିତ ଶିକ୍ଷକ ସଙ୍ଘ ପକ୍ଷରୁ ୪ ଦଫା ଦାବି ନେଇ ଏକ ବିରାଟ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଥିଲା। କେସିଙ୍ଗା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ମାଧ୍ୟମରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ସଂଘ ସଭାପତି ସୁରେନ୍ଦ୍ର କୁମାର ଦୋରା, ଜିଲା ଉପ ସଭାପତି ସୁବାସ ପୁରୋହିତଙ୍କ ନେତୃତ୍ୱରେ କେସିଙ୍ଗା ବ୍ଲକର ସମସ୍ତ ବର୍ଗର ସହ ସହ ଶିକ୍ଷୟିତ୍ରୀ/ଶିକ୍ଷକ ମିଳିତ ହୋଇ ଶାନ୍ତିପୂର୍ଣ୍ଣ ଭାବେ ଏକ ବିରାଟ ପଦଯାତ୍ରା ବାହାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ନଳିମା ପ୍ରଭା ଦେଇଙ୍କୁ ୪ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଦାବିଗୁଡ଼ିକ ମଧ୍ୟରେ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କ ଠିକା ନିଯୁକ୍ତି ପ୍ରଥା ଉଚ୍ଛେଦ, ଶିକ୍ଷା ସହାୟକମାନଙ୍କ ଛଅ ବର୍ଷକୁ ମୂଳ ଚାକିରିରେ ଗଣନା ସହ ୬ଟି ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ,ଏକ୍ସ କ୍ୟାଡର ଶିକ୍ଷକଙ୍କୁ ଉଚ୍ଛେଦ,କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ କରିବା, ଦିତୀୟ ଦାବି ଭାବେ ଅବିକଳ କେନ୍ଦ୍ରୀୟ ହାର ସହ ଲେବଲ ୯ ଅନୁସାରେ ଦରମା ପ୍ରଦାନ,ତୃତୀୟ ଦାବି ଭାବେ ପୁରୁଣା ପେନ୍‌ସନ୍‌ ପୁନଃ ପ୍ରଚଳନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଶାନ୍ତିପୂର୍ଣ୍ଣ ପଦଯାତ୍ରାରେ ମମତା ପଟ୍ଟନାୟକ, ସୁଦେଶ୍ନା ପାଇକରାୟ, କୈଳାସ ବିଶି, ସୁରେନ୍ଦ୍ର ପ୍ରଧାନ, କ୍ଷୀରାବ୍ଧି ମେହେର ପ୍ରମୁଖ ସାମିଲ ଥିଲେ। ଆସନ୍ତା ୧୫ ତାରିଖ ସୁଦ୍ଧା ରାଜ୍ୟ ସରକାର ନିଷ୍ପତ୍ତି ନ ନିଅନ୍ତି ତେବେ ଅଗଷ୍ଟ ୧୬ରୁ ବିଦ୍ୟାଳୟରେ ତାଲାପଡ଼ିବା ସହ ରାଜ୍ୟ ସଂଘକୁ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri