Posted inଖେଳ

ବୁର୍ଜ ଖଲିଫାରେ ପ୍ରଦର୍ଶିତ ହେଲା ଟିମ୍‌ ଇଣ୍ଡିଆର ନୂଆ ଜର୍ସି

ନୂଆଦିଲ୍ଲୀ,୧୫।୧୦: ଆସନ୍ତା ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଆଇସିସି ଟି-୨୦ ବିଶ୍ୱକପ୍‌। ଏହାକୁ ଦୃଷ୍ଟିରେ ରଖି ଭାରତୀୟ କ୍ରିକେଟ ଟିମ୍‌ର ନୂଆ ଜର୍ସି ବୁଧବାର ଉନ୍ମୋଚିତ ହୋଇଥିଲା। ଏହି ଜର୍ସିକୁ ବିଶ୍ୱକପ୍‌ରେ ଖେଳାଳିମାନେ ପିନ୍ଧିବେ। ତେବେ ବିଶ୍ୱର ସବୁଠାରୁ ବଡ଼ ଅଟ୍ଟାଳିକା ବୁର୍ଜ ଖଲିଫାରେ ଏହି ଜର୍ସିକୁ ପ୍ରଦର୍ଶିତ କରାଯାଇଛି। ଏହି ସମୟର ଝଲକକୁ ବିସିସିଆଇ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଶେୟାର କରିଛି। ଏଥିରେ ଭାରତୀୟ ଖେଲାଳି ବିରାଟ କୋହଲି, ରୋହିତ ଶର୍ମା, ଲୋକେଶ ରାହୁଲ, ରବୀନ୍ଦ୍ର ଜାଡେଜା, ଯଶପ୍ରୀତ ବୁମ୍‌ରାଙ୍କୁ ଦେଖିବାକୁ ମିଳିଛି। ଏହା ଏକ ଐତିହାସିକ ମୂହୁର୍ତ୍ତ ବୋଲି ବିସିସିଆଇ କହିଛି।

କହିରଖୁଛୁ, ଭାରତୀୟ ଟିମ୍‌କୁ ଆଇସିସି ଟି-୨୦ ବିଶ୍ୱକପ୍‌ରେ ଗ୍ରୁପ୍‌ ବି’ରେ ସ୍ଥାନିତ କରାଯାଇଛି। ଅକ୍ଟୋବର ୨୪ରେ ଦଳ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଏଥିସହ ଅକ୍ଟୋବର ୩୧ରେ ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ। ପରେ ନଭେମ୍ବର ୩ରେ ଭାରତ ଆଫଗାନିସ୍ତାନକୁ ଆବୁଧାବିରେ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri