ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍‌

ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ। ସମସ୍ତ ଖର୍ଚ୍ଚ ଜଣେ ଦାତା ବହନ କରିବେ। ଏଥିପାଇଁ ଗଠିତ କମିଟିର ଦ୍ୱିତୀୟ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ସେଥିରେ ଆଲୋଚନା ଅନୁଯାୟୀ, ରୁପା ଛାଉଣି ଡିଜାଇନ ନିମନ୍ତେ ମଙ୍ଗଳବାର ୧୦ ଜଣିଆ ଟିମ୍‌ ଶିଳ୍ପୀ ଗ୍ରାମ ରଘୁରାଜପୁର ଯାଇ ବିଭିନ୍ନ ଚିତ୍ରକଳା ଦେଖିଛନ୍ତି। ବିଭିନ୍ନ ଦ୍ୱାର କବାଟରେ କେଉଁ ପ୍ରକାର ଡିଜାଇନ୍‌ର ରୁପା ଛାଉଣି କରାଯିବ ପରଖିବା ସହ କେତେକ ପଟଚିତ୍ର ସଂଗ୍ରହ କରିଛନ୍ତି। ଏହାପରେ ଟିମ୍‌ ସଦସ୍ୟ ଶ୍ରୀମନ୍ଦିର ଯାଇ ଦ୍ୱାରଗୁଡ଼ିକୁ ଦେଖିଛନ୍ତି। ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରାକୁ ଅକ୍ଷୂର୍ଣ୍ଣ ରଖି କଳିଙ୍ଗ କଳା, ସ୍ଥାପତ୍ୟ ଆଧାରରେ ଡିଜାଇନ ଚୂଡ଼ାନ୍ତ କରାଯିବ ବୋଲି ସୂଚନା ମିଳିଛି।
କମିଟିର ଦ୍ୱିତୀୟ ବୈଠକରେ ରୁପା ଡିଜାଇନ ସଂକ୍ରାନ୍ତରେ କୌଣସି ନିଷ୍ପତ୍ତି ହୋଇପାରି ନ ଥିଲା। ତେଣୁ ମଙ୍ଗଳବାର ସ୍ବତନ୍ତ୍ର ଟିମ୍‌ର ସଦସ୍ୟମାନେ ପଟଚିତ୍ରର ଅନ୍ତୁଡ଼ିଶାଳ କୁହାଯାଉଥିବା ରଘୁରାଜପୁର ଗ୍ରାମକୁ ଯାଇ ବିଭିନ୍ନ ଚିତ୍ରକଳା ଦେଖିବା ସହ କେତେକ ଡିଜାଇନ ସଂଗ୍ରହ କରିଛନ୍ତି। ସେମାନେ ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ କଳିଙ୍ଗ କଳା ସ୍ଥାପତ୍ୟକୁ ବହନ କରୁଥିବା ଶତଦଳ ପଦ୍ମ, ଓଲଟା ପଦ୍ମ, ଫୁଟା ପଦ୍ମ, ଅବର୍ଣ୍ଣନୀୟ ପଦ୍ମ ଓ ସହସ୍ରଦଳ ପଦ୍ମର ଡିଜାଇନ ସଂଗ୍ରହ କରିଛନ୍ତି। ଆସନ୍ତା ୧୯ ତାରିଖରେ କମିଟିର ତୃତୀୟ ବୈଠକ ବସିବ। ଏଥିରେ ଏହି ଡିଜାଇନଗୁଡ଼ିକ ଉପସ୍ଥାପନ କରାଯିବା ପରେ ଯାହାକିଛି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଏହି ଟିମ୍‌ରେ ଶ୍ରୀମନ୍ଦିର ପରିଚାଳନା କମିଟିର ୪ ସଦସ୍ୟ, ୨ ସେବାୟତ ଏବଂ ଦାତାଙ୍କ ପକ୍ଷରୁ ୪ଜଣ ପ୍ରତିନିଧି ସାମିଲ ଥିଲେ। ଉକ୍ତ ଟିମ୍‌ ଡିଜାଇନ ସଂଗ୍ରହ କରିଥିବାରୁ ପଟଚିତ୍ରଶିଳ୍ପୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri