୫-ଟି ଯୋଜନାର ସଫଳ ରୂପାୟନ ଲାଗି ଗଠନ ହେଲା ଟିମ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସହରାଞ୍ଚଳରେ ୫-ଟି ଆଧାରରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର କିଭଳି ସଫଳ ରୂପାୟନ ଏବଂ ତଦାରଖ ହୋଇପାରିବ ସେଥିପାଇଁ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ ନିର୍ଦ୍ଧାରଣ ଟିମ୍‌ ଗଠନ ହୋଇଛି। ଏହି କ୍ରମରେ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ ନିର୍ଦ୍ଧାରଣ ଟିମ୍‌ ଦ୍ୱାରା ସହରାଞ୍ଚଳ ରାସ୍ତା ଭିତ୍ତିଭୂମି ନିର୍ମାଣ ପାଇଁ ଠିକ୍‌ ପଦକ୍ଷେପ ନେବା ସାଙ୍ଗକୁ ପୌରସଂସ୍ଥା ସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି।
ଏବେ ରାଜ୍ୟରେ ଥିବା ୧୧୪ ପୌରାଞ୍ଚଳରେ ୭୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ ନିମନ୍ତେ ପାଖାପାଖି ୫ ହଜାର କାର୍ଯ୍ୟ ଚାଲୁ ରହିଛି। ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟକାରୀ ହେଉଥିବା ସମସ୍ତ ଅଞ୍ଚଳକୁ ଭାରତ ସରକାରଙ୍କ ନ୍ୟାଶନାଲ କାଉନସିଲ ଅଫ୍‌ ସିମେଣ୍ଟ ଆଣ୍ଡ ବିଲ୍ଡିଂ ମ୍ୟାଟେରିଆଲ୍ସର କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳ ଗସ୍ତକରି ନମୁନା ସଂଗ୍ରହକରି ନିଜର ତଥା ରାଜ୍ୟ ସରକାରଙ୍କ ପରୀକ୍ଷାଗାରରେ ତାହାର ପରୀକ୍ଷା କରାଯିବାର ଲକ୍ଷ୍ୟ ରହିଛି। ଏଭଳି ଯାଞ୍ଚ ସାରା ଦେଶରେ ପ୍ରଥମ। ଏଭଳି ଉଦ୍ୟମର ପରିକଳ୍ପନା କରିଥିବା ଏବଂ ‘କାର୍ଯ୍ୟକ୍ରମ ସଂଖ୍ୟା ଅପେକ୍ଷା କାର୍ଯ୍ୟକ୍ରମର ଗୁଣାତ୍ମକ ମାନ’ ଉପରେ ବିଶ୍ୱାସ ରଖୁଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ଙ୍କ ନିର୍ଦ୍ଦେଶରେ ଠିକାଦାର ଏବଂ ଯନ୍ତ୍ରୀମାନଙ୍କୁ ନେଇ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉପସ୍ଥିତ ବ୍ୟକ୍ତିବିଶେଷ ଏଭଳି ଉଦ୍ୟମର ପ୍ରଶଂସା କରିଥିଲେ। ପୌର ପ୍ରଶାସକ ସଂଗ୍ରାମଜିତ ନାୟକ ଏଥିରେ ପୌରୋହିତ୍ୟ କରି ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣର ଗୁଣାତ୍ମକ ମାନ ଯାଞ୍ଚ ସହରାଞ୍ଚଳର ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ବ୍ୟବସ୍ଥାକୁ ସୁଦୃଢ଼ କରିବ ବୋଲି ମତବ୍ୟକ୍ତ କରିଥିଲେ। ସହରାଞ୍ଚଳରେ ହାତକୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମର ମାନ ବୃଦ୍ଧି ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ନାୟକ କହିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ଶାସନ ସଚିବ ଭକ୍ତକବି ଦାଶଙ୍କୁ କାର୍ଯ୍ୟକ୍ରମର ତଦାରଖ ପାଇଁ ବିଭାଗ ପକ୍ଷରୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri