୫-ଟି ଯୋଜନାର ସଫଳ ରୂପାୟନ ଲାଗି ଗଠନ ହେଲା ଟିମ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସହରାଞ୍ଚଳରେ ୫-ଟି ଆଧାରରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର କିଭଳି ସଫଳ ରୂପାୟନ ଏବଂ ତଦାରଖ ହୋଇପାରିବ ସେଥିପାଇଁ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ ନିର୍ଦ୍ଧାରଣ ଟିମ୍‌ ଗଠନ ହୋଇଛି। ଏହି କ୍ରମରେ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ ନିର୍ଦ୍ଧାରଣ ଟିମ୍‌ ଦ୍ୱାରା ସହରାଞ୍ଚଳ ରାସ୍ତା ଭିତ୍ତିଭୂମି ନିର୍ମାଣ ପାଇଁ ଠିକ୍‌ ପଦକ୍ଷେପ ନେବା ସାଙ୍ଗକୁ ପୌରସଂସ୍ଥା ସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି।
ଏବେ ରାଜ୍ୟରେ ଥିବା ୧୧୪ ପୌରାଞ୍ଚଳରେ ୭୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ ନିମନ୍ତେ ପାଖାପାଖି ୫ ହଜାର କାର୍ଯ୍ୟ ଚାଲୁ ରହିଛି। ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟକାରୀ ହେଉଥିବା ସମସ୍ତ ଅଞ୍ଚଳକୁ ଭାରତ ସରକାରଙ୍କ ନ୍ୟାଶନାଲ କାଉନସିଲ ଅଫ୍‌ ସିମେଣ୍ଟ ଆଣ୍ଡ ବିଲ୍ଡିଂ ମ୍ୟାଟେରିଆଲ୍ସର କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳ ଗସ୍ତକରି ନମୁନା ସଂଗ୍ରହକରି ନିଜର ତଥା ରାଜ୍ୟ ସରକାରଙ୍କ ପରୀକ୍ଷାଗାରରେ ତାହାର ପରୀକ୍ଷା କରାଯିବାର ଲକ୍ଷ୍ୟ ରହିଛି। ଏଭଳି ଯାଞ୍ଚ ସାରା ଦେଶରେ ପ୍ରଥମ। ଏଭଳି ଉଦ୍ୟମର ପରିକଳ୍ପନା କରିଥିବା ଏବଂ ‘କାର୍ଯ୍ୟକ୍ରମ ସଂଖ୍ୟା ଅପେକ୍ଷା କାର୍ଯ୍ୟକ୍ରମର ଗୁଣାତ୍ମକ ମାନ’ ଉପରେ ବିଶ୍ୱାସ ରଖୁଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ଙ୍କ ନିର୍ଦ୍ଦେଶରେ ଠିକାଦାର ଏବଂ ଯନ୍ତ୍ରୀମାନଙ୍କୁ ନେଇ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉପସ୍ଥିତ ବ୍ୟକ୍ତିବିଶେଷ ଏଭଳି ଉଦ୍ୟମର ପ୍ରଶଂସା କରିଥିଲେ। ପୌର ପ୍ରଶାସକ ସଂଗ୍ରାମଜିତ ନାୟକ ଏଥିରେ ପୌରୋହିତ୍ୟ କରି ସହରାଞ୍ଚଳ ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣର ଗୁଣାତ୍ମକ ମାନ ଯାଞ୍ଚ ସହରାଞ୍ଚଳର ରାସ୍ତା ତଥା ଅନ୍ୟାନ୍ୟ ଭିତ୍ତିଭୂମି ବ୍ୟବସ୍ଥାକୁ ସୁଦୃଢ଼ କରିବ ବୋଲି ମତବ୍ୟକ୍ତ କରିଥିଲେ। ସହରାଞ୍ଚଳରେ ହାତକୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମର ମାନ ବୃଦ୍ଧି ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ନାୟକ କହିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ଶାସନ ସଚିବ ଭକ୍ତକବି ଦାଶଙ୍କୁ କାର୍ଯ୍ୟକ୍ରମର ତଦାରଖ ପାଇଁ ବିଭାଗ ପକ୍ଷରୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri