ରଥକାଠ ଅନୁକୂଳ ପାଇଁ ଆଜି ନୟାଗଡ଼ ଯିବ ଟିମ୍‌

ପୁରୀ,୧ା୧(ଅଜିତ ମହାନ୍ତି): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ଆରମ୍ଭ ହେଲାଣି। ରଥ କାଠ ନିମନ୍ତେ ଗଛକଟା ଅନୁକୂଳ ଲାଗି ଜାନୁୟାରୀ ୧ରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍‌ ନୟାଗଡ଼ ଅଭିମୁଖେ ଯାତ୍ରା କରିବ। ଟିମ୍‌ରେ ଶ୍ରୀମନ୍ଦିର ରଥ ତତ୍ତ୍ୱାବଧାରକ, ରଥ ଅମିନ ଓ ଭୋଇ ସର୍ଦ୍ଦାର ପ୍ରମୁଖ ଯାତ୍ରା କରିବେ। ଅନୁକୂଳ ନିମନ୍ତେ ସାଙ୍ଗରେ ମହାପ୍ରଭୁଙ୍କ ଲାଗି ମାଳମହାର୍ଦ୍ଦ, ଖଣ୍ଡୁଆ, ଧୂପ, ଦୀପ, ନଡ଼ିଆ ପ୍ରଭୃତି ନେଇକରି ଯିବେ। ପରମ୍ପରା ଅନୁଯାୟୀ, ରଥକାଠ ନିମନ୍ତେ ଗଛ କଟାଯିବା ପୂର୍ବରୁ ଗଛ ଚି଼ହ୍ନଟ ହୋଇ ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଓ ହୋମଯଜ୍ଞ ହୋଇ ଗଛକଟା ଅନୁକୂଳ କରାଯିବ। ପରେ ଆବଶ୍ୟକ ଗଛ କଟାଯାଇ ନୟାଗଡ଼ ବନବିଭାଗ ଶ୍ରୀମନ୍ଦିର ପ୍ରଶାସନ ନିକଟକୁ ପଠାଇବ। ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକତା ଥିବାବେଳେ ଗତବର୍ଷର ୫୩ଖଣ୍ଡ କାଠ ବଳକା ରହିଛି। ତେବେ ଟିମ୍‌ ଆବଶ୍ୟକ ମୋଟ ୮୧୨ ଖଣ୍ଡ କାଠ ଚି଼ହ୍ନଟ କରିବ, ଯାହାକୁ ପର୍ଯ୍ୟାୟ କ୍ରମେ ବନବିଭାଗ ପକ୍ଷରୁ କଟାଯାଇ ଶ୍ରୀମନ୍ଦିର ନିକଟକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri