ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।
ବ୍ଲକ ସୂତ୍ରରୁ ପ୍ରକାଶ, ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣ ସୁସ୍ଥ ହୋଇ ଫେରିଲେଣି। ତଥାପି ପ୍ରତିଦିନ ରୋଗୀ ସଂଖ୍ୟା ବାହାରିବା ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ରବିବାର ସକାଳେ ତହସିଲଦାର ବିଭିନ୍ନ ଚା’ଦୋକାନରେ ଚଢ଼ାଉ କରିଛନ୍ତି। ବ୍ଲକର ବରମୁଣ୍ଡଳୀ, କରଡ଼ାକନା, ବନ୍ଧାଗୁଡା ଗ୍ରାମର ଛକରେ ଥିବା ଚା’ ଦୋକାନକୁ ବନ୍ଦ କରିଛନ୍ତି। ପରେ ତହସିଲଦାର ଗୋଟିଏ ପରିବାରର ଟ୍ରାଭେଲ୍‌ ହିଷ୍ଟ୍ରି ସହ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗ୍ରାମର ଜଣେ ପିଜଟିଭ୍‌ ବାହାରିବା ପରେ ତହସିଲଦାର ଏହି ଚଢ଼ାଉ କରିଛନ୍ତି। ଗ୍ରାମରେ ସାମାଜିକ ଦୂରତ୍ୱ ମାନିବା, ମାସ୍କ ପିନ୍ଧିବା, ହାତକୁ ସାବୁନରେ ଦିନକୁ ୪ଥର ଧୋଇବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ଶେରଗଡ଼ ଚାରିଛକକୁ ଆସି ଆମାନିଆମାନଙ୍କୁ ତାଗିଦ୍‌ କରିଥିଲେ। ଉକ୍ତ କାର୍ଯ୍ୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ମନୋଜ କୁମାର ନାହାକଙ୍କ ସମେତ ଶେରଗଡ଼ ପୋଲିସ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?