Posted inରାଜ୍ୟ

କୋଉଠୁ ଆସିଲା ଅଢ଼େଇ ଲକ୍ଷ ଟଙ୍କା ଉତ୍ତର ଦେଇ ନ ପାରିବାରୁ ଗିରଫ ହେଲେ ତହସିଲ୍‌ଦାର

ବାରିପଦା ଅଫିସ/ବାଲେଶ୍ୱର ଅଫିସ,୨୬ା୩- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ତହସିଲଦାର ଅଭିମନ୍ୟୁ ପଣ୍ଡା ଭିଜିଲାନ୍ସ ଜାଲରେ ପଡ଼ି ଗିରଫ ହୋଇଛନ୍ତି। ତାଙ୍କ ଠାରୁ ୨ଲକ୍ଷ ୫୬ ହଜାର ଟଙ୍କା ଜବତ କରାଯାଇଛି। ସୂଚନା ଅନୁଯାୟୀ, ଲାଞ୍ଚ କାରବାର ନେଇ ତହସିଲଦାର ପଣ୍ଡାଙ୍କ ନଁାରେ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ସେ ୫ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ସୂଚନା ପାଇ ଭିଜିଲାନ୍ସ ପକ୍ଷରୁ ଡିସ୍‌ପିି ଏସ୍‌.କେ. ସାମନ୍ତରାୟଙ୍କ ନେତୃତ୍ୱରେ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଥିଲା। ଅପରାହ୍ନରେ ସେ ସରକାରୀ ଗାଡ଼ି ଯୋଗେ ବାଲେଶ୍ବରର ମଲ୍ଲିକାଶପୁରସ୍ଥିତ ଘରକୁ ଫେରୁଥିବା ବେଳେ ୧୮ନଂ. ଜାତୀୟ ରାଜପଥର କଳମାଛକ ଓ ସହଦେବଖୁଣ୍ଟା ଥାନା ଅଧୀନ ନହରପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳରେ ପଛରୁ ପିଛା କରୁଥିବା ଭିଜିଲାନ୍ସ ଟିମ୍‌ ତାଙ୍କ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚବେଳେ ତହସିଲଦାର ପଣ୍ଡାଙ୍କଠାରୁ ୨ଲକ୍ଷ ୫୬ ହଜାର ୫ଶହ ୫୦ ଟଙ୍କା ଜବତ ହୋଇଥିଲା। ଏହି ଟଙ୍କା ସେ କେଉଁଠୁ ଆଣିଲେ ତା’ର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଖବର ଲେଖା ହେବା ବେଳକୁ ତାଙ୍କ ବାସଭବନ ଓ ତହସିଲ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri