Posted inରାଜ୍ୟ

କୋଉଠୁ ଆସିଲା ଅଢ଼େଇ ଲକ୍ଷ ଟଙ୍କା ଉତ୍ତର ଦେଇ ନ ପାରିବାରୁ ଗିରଫ ହେଲେ ତହସିଲ୍‌ଦାର

ବାରିପଦା ଅଫିସ/ବାଲେଶ୍ୱର ଅଫିସ,୨୬ା୩- ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ତହସିଲଦାର ଅଭିମନ୍ୟୁ ପଣ୍ଡା ଭିଜିଲାନ୍ସ ଜାଲରେ ପଡ଼ି ଗିରଫ ହୋଇଛନ୍ତି। ତାଙ୍କ ଠାରୁ ୨ଲକ୍ଷ ୫୬ ହଜାର ଟଙ୍କା ଜବତ କରାଯାଇଛି। ସୂଚନା ଅନୁଯାୟୀ, ଲାଞ୍ଚ କାରବାର ନେଇ ତହସିଲଦାର ପଣ୍ଡାଙ୍କ ନଁାରେ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ସେ ୫ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ସୂଚନା ପାଇ ଭିଜିଲାନ୍ସ ପକ୍ଷରୁ ଡିସ୍‌ପିି ଏସ୍‌.କେ. ସାମନ୍ତରାୟଙ୍କ ନେତୃତ୍ୱରେ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଥିଲା। ଅପରାହ୍ନରେ ସେ ସରକାରୀ ଗାଡ଼ି ଯୋଗେ ବାଲେଶ୍ବରର ମଲ୍ଲିକାଶପୁରସ୍ଥିତ ଘରକୁ ଫେରୁଥିବା ବେଳେ ୧୮ନଂ. ଜାତୀୟ ରାଜପଥର କଳମାଛକ ଓ ସହଦେବଖୁଣ୍ଟା ଥାନା ଅଧୀନ ନହରପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳରେ ପଛରୁ ପିଛା କରୁଥିବା ଭିଜିଲାନ୍ସ ଟିମ୍‌ ତାଙ୍କ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚବେଳେ ତହସିଲଦାର ପଣ୍ଡାଙ୍କଠାରୁ ୨ଲକ୍ଷ ୫୬ ହଜାର ୫ଶହ ୫୦ ଟଙ୍କା ଜବତ ହୋଇଥିଲା। ଏହି ଟଙ୍କା ସେ କେଉଁଠୁ ଆଣିଲେ ତା’ର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଖବର ଲେଖା ହେବା ବେଳକୁ ତାଙ୍କ ବାସଭବନ ଓ ତହସିଲ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?