Posted inଜାତୀୟ

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଏହି ମାମଲାର ପୁନଃ ତଦନ୍ତ ପାଇଁ କୋର୍ଟଙ୍କ ନିକଟରେ ଖୁବଶୀଘ୍ର ଆବେଦନ ଦାଖଲ କରାଯିବ ବୋଲି ତେଲଙ୍ଗାନା ସରକାରଙ୍କ ସୁତ୍ରରୁ ଜଣାପଡ଼ିଛି। ଏହି କ୍ଲୋଜର ରିପୋର୍ଟରେ ଅନେକ ଅନିୟମିତତା ରହିଥିବା ଦର୍ଶାଇ ତେଲଙ୍ଗାନାର ରେବନ୍ତ ରେଡ୍ଡୀ ସରକାର ରୋହିତଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବେ ବୋଲି କଂଗ୍ରେସ ମହାସଚିବ କେ.ସି ଭେଣୁଗୋପାଳ ରବିବାର କହିଛନ୍ତି। ସେହିପରି କେନ୍ଦ୍ରରେ କଂଗ୍ରେସ ସରକାର ଆସିଲେ ରୋହିତ ବେମୁଲା ଆଇନ ଅଣାଯିବ। ବିଶ୍ୱବିଦ୍ୟାଶୟ କ୍ୟାମ୍ପସ ଗୁଡ଼ିକରେ ସାମାଜିକ ଓ ଆର୍ଥିକ ଭାବେ ପଛୁଆ ରହିଥିବା କୌଣସି ଛାତ୍ରଙ୍କ ପ୍ରତି ଜାତି ଓ ଧର୍ମ ଆଧାରରେ ଉତ୍ପୀଡ଼ନ ବିରୋଧରେ ଏହି ଆଇନ ଆସିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟରେ ରୋହିତ ଦଳିତ ନ ହୋଇ ଓବିସି ବର୍ଗର ହୋଇଥିବା ପ୍ରକାଶ ପାଇଥିଲା। ଦଳିତ ହୋଇ ନ ଥିବା ଖବର ପ୍ରଘଟ ହେବା ଭୟରେ ରୋହିତ ଆତ୍ମହତ୍ୟା କରିଥିବା ଏହି ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri