ରାଜ୍ୟରେ ତାତି ୪୩ ଡିଗ୍ରୀ ଟପିଲା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ଦୈନିକ ୧ରୁ୨ ଡିଗ୍ରୀ ବଢ଼ିବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ ନଇଁବା ଯାଏ ନିସ୍ତାର ନାହିଁ। ସନ୍ଧ୍ୟା ପରେ ଖରା ନ ଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପଙ୍ଖା ପବନ କାଟୁ କରୁନାହିଁ। ଜଳିପୋଡ଼ି ଯାଉଛି ଦେହମୁଣ୍ଡ। ମଙ୍ଗଳବାର ପାରଦ ୪୧ ଡିଗ୍ରୀ ସେଲ୍‌ସିୟସ ଥିବାବେଳେ ବୁଧବାର ୨ ଡିଗ୍ରୀ ବଢ଼ି ୪୩ ଡିଗ୍ରୀ ପାର କରିଛି। ଝାରସୁଗୁଡ଼ା ସମଗ୍ର ଦେଶର ଉତ୍ତପ୍ତ ସହର ପାଲଟି ଯାଇଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୧୪ ସହରର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ମଧ୍ୟରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବାରିପଦାରେ ସର୍ବାଧିକ ୪୨.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨,ବୌଦ୍ଧ ୪୧.୬, ତାଳଚେର ୪୧.୬, ବଲାଙ୍ଗୀର ୪୧.୨, ଟିଟିଲାଗଡ଼ ୪୧.୨, ଅନୁଗୋଳ ୪୧.୧, ଭଦ୍ରକ ୪୧, ସୁନ୍ଦରଗଡ଼ ୪୧, ସୋନପୁର ୪୧, ହୀରାକୁଦ ୪୦.୭, ରାଉରକେଲା ୪୦.୬, ଚାନ୍ଦବାଲି ୪୦.୩, କଟକ ୩୯.୮, ଭୁବନେଶ୍ୱର ୩୯.୮, ବାଲେଶ୍ୱର ୩୯.୬, ଗୋପାଳପୁର ୩୯.୧, ଭବାନୀପାଟଣା ୩୯.୮, ମାଲକାନଗିରି ୩୯.୫, ନୟାଗଡ ୩୯.୯, ପାରଳାଖେମୁଣ୍ଡି ୩୯.୬, ଯାଜପୁର ୩୯ ଏବଂ ବରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଗୋପାଳପୁରର ସର୍ବୋଚ୍ଚ ତାପମାତ୍ରା ୨୯ ବର୍ଷର ରେକର୍ଡ ଭାଙ୍ଗିଛି। ଏଠାରେ ୧୯୯୪ ଏପ୍ରିଲ ୧୨ ତାରିଖରେ ସର୍ବୋଚ୍ଚ ତାପମାତ୍ରା ୩୭.୮ ଡିଗ୍ରୀ ଥିବା ବେଳେ ବୁଧବାର ତାପମାତ୍ରା ୩୯.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଆସନ୍ତା ୧୫ ତାରିଖ ଯାଏ ଜାରି ରହିବ। ୧୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର, ୧୪ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ ଓ ବାଲେଶ୍ୱର ଏବଂ ୧୫ ତାରିଖରେ ଦେବଗଡ଼, ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ଦେବଗଡ଼, ବୌଦ୍ଧ ଏବଂ କନ୍ଧମାଳ ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ପ୍ରବାହିତ ହେବ। ଏହି ସବୁ ଜିଲାଗୁଡ଼ିକ ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ୧୧ ଜିଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ୧୬ ତାରିଖରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଙ୍ଗୋପସାଗରରୁ ବାୟୁ ପ୍ରବାହ ସମ୍ଭାବନା ଥିବାରୁ ବର୍ଷା ହୋଇପାରେ। ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri