କମୁଛି ଶୀତ ଫେବୃୟାରୀରୁ ବଢ଼ିପାରେ ତାତି

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଗାମୀ ଦିନରେ ଆହୁରି କମିବ। ମଙ୍ଗଳବାରଠାରୁ ଆସନ୍ତା ୯ ତାରିଖଯାଏ ପାରଦ ଉପରକୁ ଉଠିବ। ୧୦ ତାରିଖରୁ ୧ରୁ ୨ ଡିଗ୍ରୀ ତଳକୁ ଖସିବ। ତେବେ ଆଉ ହାଡ଼ଭଙ୍ଗା ଶୀତର ସମ୍ଭାବନା ନାହିଁ। ଚଳିତବର୍ଷ ଡିସେମ୍ବର କିମ୍ବା ଜାନୁୟାରୀ ପ୍ରଥମ ସପ୍ତାହ ସୁଦ୍ଧା ରାଜ୍ୟରେ ବର୍ଷା ହୋଇନାହିଁ। ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିଲା ନାହିଁ। ଅଳ୍ପ କିଛି ଦିନ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୫ରୁ ୭ ଡିଗ୍ରୀ ସେଲ୍‌ସିୟସ୍‌ ମଧ୍ୟରେ ରହିବା ପରେ ପାରଦ ୧୦ ଡିଗ୍ରୀ ଉପରକୁ ଉଠିଯାଇଛି। ଏପରି କି କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ରୁ ୧୮ ଡିଗ୍ରୀ ଉପରେ ରହିଛି। ସେହିପରି ଦିନର ତାପମାତ୍ରା ୩୨ ଡିଗ୍ରୀକୁ ଛୁଇଁଛି। ଆଉ କିଛି ଦିନ ହାଲୁକା ଶୀତ ରହିବ; ମାତ୍ର ପାରଦ ଆଉ ୧୦ ଡିଗ୍ରୀ ତଳକୁ ଖସିବ ନାହିଁ। ଫେବୃୟାରୀ ଦ୍ୱିତୀୟ ସପ୍ତାହରୁ ଦିନର ତାପମାତ୍ରା ଉପରମୁହାଁ ହେବ। ରାତିରେ ହାଲୁକା ଥଣ୍ଡା ରହିଲେ ମଧ୍ୟ ଦିନର ତାପମାତ୍ରା ୩୫ ଡିଗ୍ରୀ ଉପରକୁ ଟପିଯିବ। ରାଜ୍ୟରେ ଆସନ୍ତା ଦୁଇଦିନ ୬ ଜିଲାରେ କୁହୁଡ଼ି ହେବାର ସମ୍ଭାବାନ ରହିଛି। ସେହି ଜିଲାଗୁଡ଼ିକ ହେଲା କଟକ, ଜଗତ୍‌ସିଂହପୁର, ଭଦ୍ରକ, ଖୋର୍ଦ୍ଧା, ବୌଦ୍ଧ ଓ କନ୍ଧମାଳ। ଏହିସବୁ ଜିଲାରେ ଘନକୁହୁଡି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ସୋମବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଜଗତ୍‌ସିଂହପୁର, ଭଦ୍ରକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ ଜିଲାରେ ଘନକୁହୁଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri