କମୁଛି ଶୀତ ଫେବୃୟାରୀରୁ ବଢ଼ିପାରେ ତାତି

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଶୀତ ହ୍ରାସ ପାଇଛି। ଆଗାମୀ ଦିନରେ ଆହୁରି କମିବ। ମଙ୍ଗଳବାରଠାରୁ ଆସନ୍ତା ୯ ତାରିଖଯାଏ ପାରଦ ଉପରକୁ ଉଠିବ। ୧୦ ତାରିଖରୁ ୧ରୁ ୨ ଡିଗ୍ରୀ ତଳକୁ ଖସିବ। ତେବେ ଆଉ ହାଡ଼ଭଙ୍ଗା ଶୀତର ସମ୍ଭାବନା ନାହିଁ। ଚଳିତବର୍ଷ ଡିସେମ୍ବର କିମ୍ବା ଜାନୁୟାରୀ ପ୍ରଥମ ସପ୍ତାହ ସୁଦ୍ଧା ରାଜ୍ୟରେ ବର୍ଷା ହୋଇନାହିଁ। ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିଲା ନାହିଁ। ଅଳ୍ପ କିଛି ଦିନ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୫ରୁ ୭ ଡିଗ୍ରୀ ସେଲ୍‌ସିୟସ୍‌ ମଧ୍ୟରେ ରହିବା ପରେ ପାରଦ ୧୦ ଡିଗ୍ରୀ ଉପରକୁ ଉଠିଯାଇଛି। ଏପରି କି କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ରୁ ୧୮ ଡିଗ୍ରୀ ଉପରେ ରହିଛି। ସେହିପରି ଦିନର ତାପମାତ୍ରା ୩୨ ଡିଗ୍ରୀକୁ ଛୁଇଁଛି। ଆଉ କିଛି ଦିନ ହାଲୁକା ଶୀତ ରହିବ; ମାତ୍ର ପାରଦ ଆଉ ୧୦ ଡିଗ୍ରୀ ତଳକୁ ଖସିବ ନାହିଁ। ଫେବୃୟାରୀ ଦ୍ୱିତୀୟ ସପ୍ତାହରୁ ଦିନର ତାପମାତ୍ରା ଉପରମୁହାଁ ହେବ। ରାତିରେ ହାଲୁକା ଥଣ୍ଡା ରହିଲେ ମଧ୍ୟ ଦିନର ତାପମାତ୍ରା ୩୫ ଡିଗ୍ରୀ ଉପରକୁ ଟପିଯିବ। ରାଜ୍ୟରେ ଆସନ୍ତା ଦୁଇଦିନ ୬ ଜିଲାରେ କୁହୁଡ଼ି ହେବାର ସମ୍ଭାବାନ ରହିଛି। ସେହି ଜିଲାଗୁଡ଼ିକ ହେଲା କଟକ, ଜଗତ୍‌ସିଂହପୁର, ଭଦ୍ରକ, ଖୋର୍ଦ୍ଧା, ବୌଦ୍ଧ ଓ କନ୍ଧମାଳ। ଏହିସବୁ ଜିଲାରେ ଘନକୁହୁଡି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ସୋମବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଜଗତ୍‌ସିଂହପୁର, ଭଦ୍ରକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ ଜିଲାରେ ଘନକୁହୁଡ଼ି ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri