୧୦ ଡିଗ୍ରୀ ତଳେ ପାରଦ: କମୁଛି ତାପମାତ୍ରା, ବଢୁଛି ଥଣ୍ଡା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ପାରଦ ଧୀରେ ଧୀରେ ଖସିବାରେ ଲାଗିଛି। ତାପମାତ୍ରା କମୁଥିବାରୁ ଥଣ୍ଡା ବଢ଼ୁଛି। ସନ୍ଧ୍ୟା ଅପେକ୍ଷା ସକାଳେ ଅଧିକ ଶୀତ ଅନୁଭୂତ ହେଉଛି। ରବିବାର ରାଜ୍ୟର ୧୧ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀଠାରୁ କମ୍‌ ରହିଛି। ସର୍ବନିମ୍ନ ୯.୬ ଡିଗ୍ରୀ ତାପମାତ୍ରା ସହିତ ସୋନପୁର ସବୁଠୁ ଥଣ୍ଡା ସହର ପାଲଟିଛି। ଗତ କିଛିଦିନ ହେବ ଏହି ସହରରେ ତାପମାତ୍ରା ସବୁଠୁ କମ୍‌ ରହୁଛି। ଅନ୍ୟ ୧୦ସ୍ଥାନ ମଧ୍ୟରେ ଫୁଲବାଣୀ ୧୦.୫, ଦାରିଙ୍ଗବାଡ଼ି ୧୦.୫, ଅନୁଗୋଳ ୧୧.୦, କୋରାପୁଟ ୧୧.୬, ଭବାନୀପାଟଣା ୧୨.୨, ଝାରସୁଗୁଡ଼ା ୧୩.୦, କେନ୍ଦୁଝର ୧୩.୮, ବାରିପଦା ୧୪.୨, ବଲାଙ୍ଗୀର ୧୪.୬, ସମ୍ବଲପୁରରେ ୧୪.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବୌଦ୍ଧ ୧୫.୫, ତାଳଚେର ୧୫.୬, ହୀରାକୁଦ ୧୫.୯, ଟିଟିଲାଗଡ଼ ଓ ମାଲକାନଗିରି ୧୬.୫, କଟକରେ ୧୬.୮, ନୟାଗଡ଼ ୧୭, ଚାନ୍ଦବାଲି ୧୭.୧, ଭୁବନେଶ୍ୱର, ବାଲେଶ୍ୱର ଓ ପୁରୀ ୧୮, ସୁନ୍ଦରଗଡ଼ ୧୮.୫, ଛତ୍ରପୁର ୧୯, ପାରାଦୀପ ୧୯.୪, ଗୋପାଳପୁରରେ ସର୍ବନିମ୍ନ ତାପମାତ୍ର ୧୯.୬ ଡିଗ୍ରୀ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଗକୁ ଆହୁରି ତାପମାତ୍ରା ହ୍ରାସ ପାଇବ। ତେବେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ୩ରୁ ୫ଡିଗ୍ରୀ ତଳକୁ ଖସିବ। ସେହିପରି ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ୨ରୁ ୩ ଡିଗ୍ରୀ ତାପମାତ୍ରା କମ୍‌ ରହିବ ବୋଲି ଆକଳନ କରାଯାଇଛି।
ସେପଟେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ସବୁ ସହରରେ ପାଗ ଶୁଖିଲା ରହିବ। କିନ୍ତୁ ୧୧ ଓ ୧୨ ତାରିଖ କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ୧୧ ତାରିଖରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ଆଶଙ୍କା ରହିଛି। ୧୨ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନ ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri