ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ

ବାଲିଗୁଡ଼ା,୧୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବାରେ ଲାଗିଛି। ପ୍ରତିଦିନର ତାପମାତ୍ରା ୪୦ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି ଯୋଗୁ ନଦୀ ନାଳ ଓ କୂଅରୁ ଜଳସ୍ତର କମିବାରେ ଲାଗିଛି। ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ବାଲିଗୁଡ଼ା ବ୍ଲକ ଉପାନ୍ତ ପଞ୍ଚାୟତ ଲଣ୍ଡାଗାଁରେ ୧୧ଟି ଓ୍ବାର୍ଡକୁ ନେଇ ଗଠିତ ପଞ୍ଚାୟତରେ ରୁହନ୍ତି ୧୫ଶହରୁ ଅଧିକ ଲୋକ।  ଗାଁଗାଁକୁ ପିଇବା ପାଣିର ସୁବିଧା ପାଇଁ ବସୁଧା ଯୋଜନାରେ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ଓଭରଟ୍ୟାଙ୍କ କରାଯାଇଥିବା ବେଳେ ଲଣ୍ଡାଗାଁ ଭଳି ପଞ୍ଚାୟତରେ ପିଇବା ପାଣିର ଘୋର ଅଭାବ ସାଙ୍ଗକୁ ଓ୍ବାର୍ଡ ବା ବସ୍ତି ମଧ୍ୟରେ ଥିବା ନଳକୂପ ଖରାପ ଥିବା ବେଳେ କାଁଭାଁ ଯେଉଁଗୁଡିକ ଠିକ ଅଛି ତାକୁ ବହୁ ସମୟ କସରତ କଲେ ଯାଇ ବଡ଼ କଷ୍ଟରେ ବାଲଟିଏ ପାଣି ବାହାରୁଛି।  ପିଇବା ପାଣି ପାଇଁ ଲୋକେ ନାହିଁ ନ ଥିବା ହଇରାଣ ହେଉଥିବା ଦେଖିବାକୁ ମିଳିଛି। ଏପଟେ ଦିନବେଳର ଡହଡହ ଖରାରେ ଲୋକେ ସକାଳୁ ବାହାରକୁ ବାହାରିବା କଷ୍ଟସାଧ୍ୟ ହେଉଥିବା ବେଳେ ପଞ୍ଚାୟତକୁ ନିଜର ଯାବତୀୟ କାମ ପାଇଁ ତଥା ବଜାରକୁ ଖରାବେଳେ ଦୂରରୁ ଆସୁଥିବା ଲୋକ ଟୋପାଏ ପିଇବା ପାଣି ପାଇଁ ନାହିଁ ନ ଥିବା ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ସରକାର ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ଓ ଖବରକାଗଜରେ ତାତି ବଢ଼ିବାର ପୂର୍ବାନୁମାନ କରିବା ସହ ସବୁ ପଞ୍ଚାୟତ ଓ ସହର ବଜାର ଓ ରାସ୍ତାକଡ଼ରେ ପିଇବା ପାଣି ପାଇଁ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ନିର୍ଦ୍ଦେଶକୁ ଫୁ’ କରୁଥିବା ଏହି ଲଣ୍ଡାଗାଁ ପଞ୍ଚାୟତରେ ଦେଖିବାକୁ ମିଳିଛି। ଏନେଇ ସରପଞ୍ଚ ତୁଳସୀ ଝଙ୍କାରଙ୍କୁ ପଚାରିବାରୁ ସେ କିଛି ଉତ୍ତର ନ ଦେଇ ଫୋନ୍‌ କାଟିଦେଇଥିଲେ। ଜଳଛତ୍ର ସହ ପିଇବା ପାଣିର ସମସ୍ୟା ନେଇ ସରପଞ୍ଚଙ୍କଠାରୁ ଆରମ୍ଭ କରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ଅଧିକାରୀଙ୍କୁ ଲିଖିତ ଅଭିଯୋଗ ସହ ମୈାଖିକ ଭାବେ କହି ଆସୁଥିଲେ ସୁଦ୍ଧା ପାଣିର ସୁବିଧା କରିବା ଓ ନଳକୂପ ମରାମତି କରିବାର ଦେଖିବାକୁ ମିଳୁ ନ ଥିବା ବିଷୟ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିରାମ ରଣା, ରାଜେନ୍ଦ୍ର ମାଲିକ, ମୋତିଲାଲ ରଣା,ଟଙ୍କଧର ରଣା,କବିରାଜ ରଣା,ସଦାନନ୍ଦ କୁଦେଇ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri