ଅସମ୍ଭାଳ କଲାଣି ତାତି

ଭୁବନେଶ୍ୱର, ୨୦ା୪(ବ୍ୟୁରୋ): ନିୟନ୍ତ୍ରଣକୁ ଆସୁନି ତାତି। ଆଜି କମିବ କାଲି କମିବ ଶୁଣି ଶୁଣି ମନ ଭାଙ୍ଗିଗଲାଣି। କେବେ ତାତିରୁ ତ୍ରାହି ମିଳିବ ତାହା କହିବା ମୁସ୍କିଲ। ବେଳକୁ ବେଳ ଅସହ୍ୟ ହେଉଛି ଗ୍ରୀଷ୍ମର ଜ୍ୱାଳା। ପାଣିପାଗ ଅନୁମାନ ମଧ୍ୟ କାମ କରୁନି। ସାରା ରାଜ୍ୟରେ ଖରାର ପ୍ରକୋପ ଅସମ୍ଭାଳ କରି ପକାଇଛି। ପ୍ରତ୍ୟେକ ଦିନ ୧ରୁ ୨ ଡିଗ୍ରୀ ତାପମାତ୍ରା ବଢ଼ିଯାଉଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ସକାଳ ୮ଟାରୁ ମାଡ଼ିଆସୁଛି ପ୍ରଚଣ୍ଡ ଗ୍ରୀଷ୍ମ। ସନ୍ଧ୍ୟା ୬ଟା ଯାଏ ମଧ୍ୟ ଗରମ ପବନରୁ ନିସ୍ତାର ମିଳୁନି। ରାତିରେ ଖରା ନ ଥିଲେ ମଧ୍ୟ ଗୁଳୁଗୁଳି କଲବଲ କରୁଛି। ଫ୍ୟାନ୍‌ ପବନ କାମ ଦେଉନାହିଁ। ମଣିଷ, ଜୀବଜନ୍ତୁ ସମସ୍ତେ ଛଟପଟ। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୨୨ ତାରିଖ ଯାଏ ତାତି ପ୍ରକୋପ ଜାରି ରହିବ। ଗୁରୁବାର ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼ ଏବଂ ଅନୁଗୋଳର କେତେକ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଜାରି ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଥିବା ବେଳେ ୨ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଉପରେ ରହିଛି ା ସେହିପରି ୧୦ଟି ସ୍ଥାନରେ ପାରଦ ୪୩ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବାରିପଦାରେ ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ନୂଆପଡ଼ା ୪୪.୪, ବଲାଙ୍ଗୀର ୪୪, ବୌଦ୍ଧ ୪୩.୯, ତାଳଚେର ୪୩.୮, ଅନୁଗୋଳ ୪୩.୭, ଝାରସୁଗୁଡ଼ା ୪୩.୬, ରାଉରକେଲା ୪୩.୩, ସମ୍ବଲପୁର ୪୩.୨, ଟିଟିଲାଗଡ଼ ୪୩.୧, ସୁନ୍ଦରଗଡ଼ ୪୩, ସୋନପୁର ୪୨.୫, ଭୁବନେଶ୍ୱର ୪୨.୫, ଭବାନୀପାଟଣା ୪୨.୫, ହୀରାକୁଦ ୪୨.୪, କଟକ ୪୨.୨, ଢେଙ୍କାନାଳ ୪୨, ନୟାଗଡ଼ ୪୨, ପାରଳାଖେମୁଣ୍ଡି ୪୧.୮, କେନ୍ଦ୍ରାପଡ଼ା ୪୧.୮, ଜଗତ୍‌ସିଂହପୁର ୪୧.୫, ଦେବଗଡ଼ ୪୧.୪, ଯାଜପୁର ୪୧, କେନ୍ଦୁଝର ୪୧, ଭଦ୍ରକ ୪୧, ଚାନ୍ଦବାଲି ୪୦.୯, ମାଲକାନଗରି ୪୦.୯, ବରଗଡ଼ ୪୦.୬, ଖୋର୍ଦ୍ଧା ୪୦.୫ ଏବଂ ରାୟଗଡ଼ାରେ ସର୍ବାଧିକ ତାପମାତ୍ରା ୪୦.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri