ବଢ଼ୁଛି ତାପମାତ୍ରା

ଭୁବନେଶ୍ୱର, ୧।୩(ବ୍ୟୁରୋ): କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ଉପରମୁହାଁ ରହିଥିବାବେଳେ ଖରା ତାତି ଅସମ୍ଭାଳ ହୋଇଛି। ୩ଦିନ ଧରି ଭୁବନେଶ୍ୱର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବାବେଳେ ରବିବାର ଅନୁଗୋଳର ତାପମାତ୍ରା ସର୍ବାଧିକ ରହିଛି। ୪୦.୧ ଡିଗ୍ରୀ ସହ ୧୦ବର୍ଷର ରେକର୍ଡ ଭାଙ୍ଗିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୦୦୬ ଫେବୃୟାରୀରେ ଅନୁଗୋଳରେ ସର୍ବାଧିକ ତାପମାତ୍ରା ୪୨.୧ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏହାପରଠୁ ସହରରେ ତାତି କମ୍‌ ରହିଥିବାବେଳେ ୧୦ ବର୍ଷ ପରେ ଅର୍ଥାତ୍‌ ଗତ ଫେବୃୟାରୀରେ ପାରଦ ୩୯.୧ ଡିଗ୍ରୀରେ ପହଞ୍ଚତ୍ ସର୍ବାଧିକ ରେକର୍ଡ ସୃଷ୍ଟି କରିଥିଲା। ଏବେ ୪୦ ଡିଗ୍ରୀ ଅତିକ୍ରମ କରିଥିବାରୁ ସହରର ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି।
ସେପଟେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରର ରବିବାର ତାପମାତ୍ରା ୪୦ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପକ୍ଷରେ ଉତ୍ତପ୍ତ ସହର ତାଲିକାରେ ଯୋଡ଼ି ହୋଇଛି ବୌଦ୍ଧ। ଭୁବନେଶ୍ୱରର ଭଳି ବୌଦ୍ଧର ତାପମାତ୍ରା ମଧ୍ୟ ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବାରିପଦା ୩୯.୪, କଟକ ୩୯.୨, ସମ୍ବଲପୁର ୩୮.୫, ଟିଟିଲାଗଡ଼, ବଲାଙ୍ଗୀର, ନୟାଗଡ଼ ୩୮.୪, ସୋନପୁର, ତାଳଚେର ଓ ଚାନ୍ଦବାଲି ୩୮.୨, ହୀରାକୁଦ ୩୭.୬, ଝାରସୁଗୁଡ଼ା ୩୬.୮, ମାଲକାନଗିରି, ଭବାନୀପାଟଣା ଓ ସୁନ୍ଦରଗଡ଼ ୩୬.୫, କେନ୍ଦୁଝର ୩୬, କୋରାପୁଟ ୩୫.୨, ବାଲେଶ୍ୱର ୩୫.୧ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଚଳିତବର୍ଷ ଫେବୃୟାରୀ ଶେଷ ସପ୍ତାହରୁ ପ୍ରବଳ ଖରା ଆରମ୍ଭ ହୋଇଥିବାରୁ ଏପ୍ରିଲ ଓ ମେ’ ବେଳକୁ ତାପମାତ୍ରା ସବୁ ରେକର୍ଡ ଭାଙ୍ଗି ଦେବ ବାଲି ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ,

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri