ଡେରାବିଶ ତାପମାତ୍ରା ୪୦ ଛୁଇଁଲା

ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର ୩୬ ଡିଗ୍ରୀ ଛୁଇଁଥିବା ବେଳେ ଦିନ ୧ଟାରେ ତାହା ୪୦ ଡିଗ୍ରୀ ହୋଇଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ା ଡେରାବିଶ ବ୍ଲକ ଅଧୀନ ୨୬ ପଞ୍ଚାୟତରେ ତାପମାତ୍ରର ବୃଦ୍ଧି ଚିନ୍ତାର କାରଣ ହୋଇଛି ା ଗାଁ ଗଣ୍ଡାଠାରୁ ଆରମ୍ଭ କରି ବ୍ଳକ ଅଧୀନ କଟକ-ଚାନ୍ଦବାଲି ରାସ୍ତା ଓ ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ରାଜପଥ ଦିନ ୧୧ଟାରୁ ୫ଟା ପର୍ଯ୍ୟନ୍ତ ଶୂନଶାନ୍‌ ହୋଇପଡୁଛି ା ଏପରି ପରିସ୍ଥିତିରେ ଇଟାଭାଟିର ନିଆଁ ଓ ଧୂଆଁ ତାପମାତ୍ର ବଢ଼ାଇ ଚାଲିଛି ବୋଲି ଅଭିଯୋଗ ହୋଇଛି ା ଡେରାବିଶ ତହସିଲ ଅଧୀନରେ ରହିଥିବା ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତରେ ବେଆଇନ ଇଟାଭାଟି କୁଟୀର ଶିଳ୍ପ ପାଲଟିଛି ା ପ୍ରଶାସନିକ କଟକଣାକୁ ସମ୍ପୂର୍ଣ୍ଣ ବେଖାତିର କରି ଇଟାଭାଟି ନିର୍ମାଣ ଚାଲିଛି ବୋଲି ଜିଲା ଚାଷୀ ଶ୍ରମିକ ସଂଘର ସଭାପତି ପଣ୍ଡିତ ଶରତ ଚନ୍ଦ୍ର ମିଶ୍ର କହିଛନ୍ତି ା ମିଶ୍ରଙ୍କ ସୂଚନା ଅନୁଯାୟୀ, ତହସିଲଦାରଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ପ୍ରଶାସନିକ ଅଧିକାରୀ ଏ ବିଷୟରେ ସମ୍ପୂର୍ଣ୍ଣ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଇଟା ବ୍ୟବସାୟୀମାନେ ତହସିଲ କର୍ମଚାରୀଙ୍କୁ ହାତ କରି ଭାଟି ଚଳାଉଛନ୍ତି ବୋଲି ଗ୍ରାମବାସୀ କହିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଏ ବିଷୟରେ ତହସିଲଦାର ଅକ୍ଷୟ ପରିଡ଼ାଙ୍କୁ ଯୋଗାଯୋଗ କରିବାରୁ ସୋମବାରଠାରୁ ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ବେଆଇନ ଇଟାଭାଟି ଠାବ କରାଯିବ। ତୁରନ୍ତ ସେ ସଂକ୍ରାନ୍ତରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri