ଡେରାବିଶ ତାପମାତ୍ରା ୪୦ ଛୁଇଁଲା

ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର ୩୬ ଡିଗ୍ରୀ ଛୁଇଁଥିବା ବେଳେ ଦିନ ୧ଟାରେ ତାହା ୪୦ ଡିଗ୍ରୀ ହୋଇଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ା ଡେରାବିଶ ବ୍ଲକ ଅଧୀନ ୨୬ ପଞ୍ଚାୟତରେ ତାପମାତ୍ରର ବୃଦ୍ଧି ଚିନ୍ତାର କାରଣ ହୋଇଛି ା ଗାଁ ଗଣ୍ଡାଠାରୁ ଆରମ୍ଭ କରି ବ୍ଳକ ଅଧୀନ କଟକ-ଚାନ୍ଦବାଲି ରାସ୍ତା ଓ ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ରାଜପଥ ଦିନ ୧୧ଟାରୁ ୫ଟା ପର୍ଯ୍ୟନ୍ତ ଶୂନଶାନ୍‌ ହୋଇପଡୁଛି ା ଏପରି ପରିସ୍ଥିତିରେ ଇଟାଭାଟିର ନିଆଁ ଓ ଧୂଆଁ ତାପମାତ୍ର ବଢ଼ାଇ ଚାଲିଛି ବୋଲି ଅଭିଯୋଗ ହୋଇଛି ା ଡେରାବିଶ ତହସିଲ ଅଧୀନରେ ରହିଥିବା ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତରେ ବେଆଇନ ଇଟାଭାଟି କୁଟୀର ଶିଳ୍ପ ପାଲଟିଛି ା ପ୍ରଶାସନିକ କଟକଣାକୁ ସମ୍ପୂର୍ଣ୍ଣ ବେଖାତିର କରି ଇଟାଭାଟି ନିର୍ମାଣ ଚାଲିଛି ବୋଲି ଜିଲା ଚାଷୀ ଶ୍ରମିକ ସଂଘର ସଭାପତି ପଣ୍ଡିତ ଶରତ ଚନ୍ଦ୍ର ମିଶ୍ର କହିଛନ୍ତି ା ମିଶ୍ରଙ୍କ ସୂଚନା ଅନୁଯାୟୀ, ତହସିଲଦାରଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ପ୍ରଶାସନିକ ଅଧିକାରୀ ଏ ବିଷୟରେ ସମ୍ପୂର୍ଣ୍ଣ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଇଟା ବ୍ୟବସାୟୀମାନେ ତହସିଲ କର୍ମଚାରୀଙ୍କୁ ହାତ କରି ଭାଟି ଚଳାଉଛନ୍ତି ବୋଲି ଗ୍ରାମବାସୀ କହିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଏ ବିଷୟରେ ତହସିଲଦାର ଅକ୍ଷୟ ପରିଡ଼ାଙ୍କୁ ଯୋଗାଯୋଗ କରିବାରୁ ସୋମବାରଠାରୁ ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ବେଆଇନ ଇଟାଭାଟି ଠାବ କରାଯିବ। ତୁରନ୍ତ ସେ ସଂକ୍ରାନ୍ତରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri