୫ଦିନ ଯାଏ ୩ରୁ ୪ଡିଗ୍ରୀ ତାପମାତ୍ରା ବଢ଼ିବ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟରେ ଏବେଠାରୁ ଅସମ୍ଭାଳ ହେଲାଣି ତାତି। ଫେବୃୟାରୀରେ ପାରଦ ୪୦ଡିଗ୍ରୀ ଛୁଇଁଯିବ ବୋଲି ପାଣିପାଗ ବିଭାଗ ଆକଳନ କରୁଥିବା ବେଳେ ଏବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର ଗତ କିଛିଦିନ ହେବ ସବୁଠାରୁ ଉତ୍ତପ୍ତ ସହର ରହୁଛି। ଶୁକ୍ରବାର ଭୁବନେଶ୍ୱର ଓ ମାଲକାନଗିରିରେ ସର୍ବାଧିକ ୩୮ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ତାଳଚେର ୩୭.୬, ବୌଦ୍ଧ ୩୭.୬, ଅନୁଗୋଳ ୩୭.୩, ସମ୍ବଲପୁର ୩୭.୩, ବଲାଙ୍ଗୀର ୩୭.୧, ବାରିପଦା ୩୬, ଝାରସୁଗୁଡ଼ା ୩୬.୮, ସୁନ୍ଦରଗଡ଼ ୩୬, ହୀରକୁଦ ୩୬.୭, ଟିଟିଲାଗଡ଼ ୩୬.୬, ସୋନପୁର ୩୬.୩, ନୟାଗଡ଼ ୩୬, ଭଦ୍ରକ ୩୬, ଖୋର୍ଦ୍ଧାରେ ୩୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଏହି ତାପମାତ୍ରାକୁ ଦେଖିଲେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୩ରୁ ୪ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ତେବେ ଏହି ସମୟରେ ରାତ୍ରି ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅପରପକ୍ଷେ ଆସନ୍ତା ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ଶନିବାର ଅନୁଗୋଳ, ଢେଙ୍କାନାଳ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘନ କୁହୁଡ଼ି ଦେଖାହେବ। ଏହାଛଡ଼ା ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଓ ମୟୂରଭଞ୍ଜରେ ସ୍ବଳ୍ପ ଧରଣର କୁହୁଡ଼ି ହେବ ବୋଲି ଆକଳନ କରାଯାଇଛି। ରବିବାର କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ଘନ କୁହୁଡ଼ି ହେବ ଏବଂ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା ଓ ପୁରୀରେ ମଧ୍ୟ ଅଳ୍ପ କୁହୁଡ଼ି ଅନୁଭୂତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri