୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା ବେଳେ ଉପକୂଳରେ ଏହାଠାରୁ କମ୍‌ ରହିବ। ତେବେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାୟୁମଣ୍ଡଳର ଆଦର୍ର୍‌ରତା ୪୫ ପ୍ରତିଶତରୁ ଅଧିକ ରହୁଥିବାରୁ ଦିନବେଳା ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ସନ୍ଧ୍ୟାରେ ସମୁଦ୍ର ଅଞ୍ଚଳରୁ ବାୟୁ ପ୍ରବାହ ଯୋଗୁ ଆଶ୍ୱସ୍ତି ମିଳିବ। ରାଜ୍ୟର ବିଭିନ୍ନ ଭାଗରେ ଘୂର୍ଣ୍ଣିଝଡ଼ ହେବାକୁ ଥିବାରୁ ପାରଦ ଅଧିକ ଉପରମୁହାଁ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ କିଛି ପରିବର୍ତ୍ତନର ସୂଚନା ନାହିଁ।
ତେବେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ସେହିପରି ୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri