୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା ବେଳେ ଉପକୂଳରେ ଏହାଠାରୁ କମ୍‌ ରହିବ। ତେବେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାୟୁମଣ୍ଡଳର ଆଦର୍ର୍‌ରତା ୪୫ ପ୍ରତିଶତରୁ ଅଧିକ ରହୁଥିବାରୁ ଦିନବେଳା ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ। ସନ୍ଧ୍ୟାରେ ସମୁଦ୍ର ଅଞ୍ଚଳରୁ ବାୟୁ ପ୍ରବାହ ଯୋଗୁ ଆଶ୍ୱସ୍ତି ମିଳିବ। ରାଜ୍ୟର ବିଭିନ୍ନ ଭାଗରେ ଘୂର୍ଣ୍ଣିଝଡ଼ ହେବାକୁ ଥିବାରୁ ପାରଦ ଅଧିକ ଉପରମୁହାଁ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ କିଛି ପରିବର୍ତ୍ତନର ସୂଚନା ନାହିଁ।
ତେବେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ସେହିପରି ୨୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri