୪ରୁ ୫ ଦିନ ବଢ଼ିବ ତାପମାତ୍ରା

ଭୁବନେଶ୍ବର,୧୨ା୫(ବ୍ୟୁରୋ): ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ପାଇଁ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ।ପୂର୍ବାନୁମାନ ଅନୁଯାୟୀ ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ଭଦ୍ରକ, କଟକ, ଦେଓଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲାରେ ତାପମାତ୍ରା ଅଧିକ ରହିବା ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ପାନୀୟଜଳ ସେବା କେନ୍ଦ୍ରର ବ୍ୟବସ୍ଥା କରାଯିବ।ଏହା ବ୍ୟତୀତ ଜଳକ୍ଲିଷ୍ଟ ଅଞ୍ଚଳଗୁଡ଼ିକରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ସମସ୍ତ ନଳକୂପ ଏବଂ ପାଇପ ଯୋଗେ ଜଳଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତପ୍ରତିଶତ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନଗୁଡ଼ିକରେ ପାନୀୟଜଳ ଏବଂ ଓଆର୍‌ଏସ୍‌ ମହଜୁଦ ରଖିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣର ଜୀବନରକ୍ଷାକାରୀ ଔଷଧ, ସାଲାଇନ୍‌ ଓ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତର ଶିକାର ହୋଇଥିବା ରୋଗୀଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯିବ। ଗ୍ରୀଷ୍ମପ୍ରବାହ ଯୋଗୁ ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ଏହାସହ କାର୍ଯ୍ୟସ୍ଥଳୀଗୁଡିକରେ ବିଶ୍ରାମ ନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରହିବ।ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ବତନ୍ତ୍ର ଜଳପୂର୍ଣ୍ଣ ପାତ୍ର/କୁଣ୍ଡର ବ୍ୟବସ୍ଥା କରିବା ସହ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ଠିକ୍‌ ଭାବେ କାର୍ଯ୍ୟକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri