ରାଜ୍ୟରେ ଆସନ୍ତାକାଲି ଠାରୁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୧।୪: ରାଜ୍ୟର କିଛି ଜିଲାରେ ୪ରୁ ୬ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ରେକର୍ଡ କରାଯାଇଛି। ଚାନ୍ଦବାଲି ୩୯.୬, ଭୁବନେଶ୍ୱର ୩୯.୪, ଝାରସୁଗୁଡା ୩୯, ବାଲେଶ୍ୱର ୩୮.୫, ସମ୍ବଲପୁର ୩୮.୫, ହୀରାକୁଦ ୩୮.୫, କେନ୍ଦୁଝର ୩୭.୮, ରାଉରକେଲା ୩୮.୧, ପୁରୀ ୩୩.୫, ପାରାଦୀପ ୩୩.୧, ଗୋପାଳପୁର ୩୧.୮ ଡିଗ୍ରୀ ତାପମାତ୍ରା ରହିଛି।

ଅନ୍ୟପଟେ ରାଜ୍ୟରେ ଆସନ୍ତାକାଲି ଠାରୁ ଦିନ ତାପମାତ୍ରା ସହିତ ରାତି ତାପମାତ୍ରା୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଜଳବାୟୁରେ ଆଦ୍ରତା ୫୦ ପ୍ରତିଶତ ରହିବା କାରଣରୁ ରାତିରେ ମଧ୍ୟ ଅସହ୍ୟ ଗରବ ଓ ଗୁଳଗୁଳି ଅନୁଭୂତ ହେବ । ତାପମାତ୍ରା ବୃଦ୍ଧି ପାଉଥିବାରୁ ପାଣିପାଗ ବିଭାଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଲୋକମାନଙ୍କ ପାଇଁ ସୂଚନା ଜାରି କରାଯାଇଛି। ଅଂଶୁଘାତ ଓ ଡାଇରିଆର ପ୍ରତିଷେଧକ ବ୍ୟବସ୍ଥା ପାଇଁ ସମସ୍ତ ଡାକ୍ତରଖାନାରେ ଆବଶ୍ୟକୀୟ ସୁବିଧା ଉପଲବ୍ଧ କରିବା ପାଇଁ
କୁହାଯାଇଛି । ଅଗ୍ନିଶମ ବିଭାଗ ସହିତ ଅନ୍ୟ ବିଭାଗଗୁଡିକୁ ମଧ୍ୟ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri