ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ଗଜପତି ଜିଲାର ପାରଳାଖେମୁଣ୍ଡିରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୮ଡିଗ୍ରୀ ରେକର୍ଡ କରାଯିବା ସହ ରାଜ୍ୟର ଉତ୍ତପ୍ତ ସହର ରହିଥିଲା। ସେହିପରି ବୌଦ୍ଧ ୩୯.୫, ନୟାଗଡ଼ ୩୯.୨, ଟିଟିଲାଗଡ଼ ୩୯.୨, ଭବାନିପାଟଣା ୩୯, ଫୁଲବାଣୀ ୩୮.୯, ବଲାଙ୍ଗୀର ୩୮.୯, ତାଳଚେର ୩୮.୬, ରାୟଗଡ଼ା ୩୮.୬, କଟକ ୩୮.୪, ଝାରସୁଗୁଡ଼ା ୩୮.୩, ମାଲକାନଗିରି ୩୮.୨, ଚାନ୍ଦବାଲି ୩୮.୨, ଅନୁଗୋଳରେ ୩୮.୧ଡିଗ୍ରୀ ତାପମାତ୍ରା ରହିଥିଲା। ସମ୍ବଲପୁରରେ ୩୮, ହୀରାକୁଦ ୩୮ ଏବଂ ଭୁବନେଶ୍ୱରରେ ୩୭.୩ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେପଟେ ଆସନ୍ତା ଚାରିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏଥିସହିତ ଆଗାମୀ ତିନିଦିନ କିଛି ଜିଲାକୁ କାଳବୈଶାଖୀ ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଯାଜପୁର, ଝାରସୁଗୁଡ଼ା ଆଦି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଯାଜପୁରରେ ବର୍ଷା ସହିତ କାଳବୈଶାଖୀ ହେବାର ଆଶଙ୍କା ଥିବାବେଳେ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri