୧୫ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଆରମ୍ଭ ହୋଇଗଲାଣି। ପାରଦ ଉପରମୁହାଁ ହୋଇଛି। ଆସନ୍ତା ଦିନେ ଦୁଇଦିନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁବ। ଦକ୍ଷିଣ ପଶ୍ଚିମ ଦିଗରୁ ଗରମ ବାୟୁ ପ୍ରବାହ ପରିବେଶକୁ ଉତ୍ତପ୍ତ କରିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୫ରୁ ୩୬ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୩୬, ଟିଟିଲାଗଡ଼ ୩୬.୪, ବୌଦ୍ଧ ୩୬, ନୟାଗଡ଼ ୩୬, ଭୁବନେଶ୍ୱରରେ ୩୫.୬, ବାରିପଦା ୩୫.୮, ଝାରସୁଗୁଡ଼ା ୩୫.୮, ହୀରାକୁଦ ୩୫.୫, ଭବାନୀପାଟଣା ୩୫.୫, ମାଲକାନଗିରି ୩୫, ସୋନପୁର ୩୫.୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୧୫ ତାରିଖରୁ ତାତି ଆହୁରି ବଢ଼ିବା ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଡେଇଁଯିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri