ଏହି ମନ୍ଦିରର ୧୪୦ କର୍ମଚାରୀଙ୍କୁ କରୋନା

ହାଇଦ୍ରାବାଦ,୧୭ା୭: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବା ପରେ ମଧ୍ୟ କରୋନା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରଷ୍ଟର ୧୪୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୧୪ ଜଣ ପୂଜାରୀ ମଧ୍ୟ ଅନ୍ତର୍ଭୁକ୍ତ। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ କର୍ମଚାରୀ ସଂଗଠନ ଏବଂ ରାଜନୈତିକ ଦଳ କିଛି ଦିନ ଧରି ମନ୍ଦିର ପରିଦର୍ଶନ ବନ୍ଦ କରିବାକୁ ଚାପ ପକାଉଛନ୍ତି। ତଥାପି ଟ୍ରଷ୍ଟ ବର୍ତ୍ତମାନ ସମୟରେ ଏହା କରିବାକୁ ପ୍ରସ୍ତୁତ ନୁହେଁ।
ଏହି ମନ୍ଦିର ଜୁନ୍‌-୮ରେ ଅନ୍‌ଲକ୍‌-୧ରେ ଖୋଲା ଯାଇଥିଲା। ୧୧ ଜୁନ୍‌ ଠାରୁ ଏହା ସାଧାରଣ ଲୋକଙ୍କ ପାଇଁ ଖୋଲା ଯାଇଥିଲା। ୨ ଦିନ ପରେ, ଅର୍ଥାତ୍‌ ଜୁନ ୧୩ରୁ ମନ୍ଦିର କର୍ମଚାରୀଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ଭକ୍ତଙ୍କ ସଂଖ୍ୟା ପ୍ରାୟ ୬ ହଜାରରୁ ୧୫ ହଜାର ପର୍ଯ୍ୟନ୍ତ ବୃଦ୍ଧି ହୋଇଥିଲା। କିନ୍ତୁ ମନ୍ଦିରରେ କରୋନା ପ୍ରଭାବ ଯୋଗୁ ବର୍ତ୍ତମାନ ଭିଡ଼ କମିଛି। ବର୍ତ୍ତମାନ ପ୍ରତ୍ୟେକ ଦିନ ୮ରୁ ୯ ହଜାର ଭକ୍ତ ଠାକୁରଙ୍କୁ ଦର୍ଶନ କରୁଛନ୍ତି। ମନ୍ଦିରରେ ସଂକ୍ରମଣ ବୃଦ୍ଧି ପାଇବା ପରେ ଏବେ ଏଠାରେ ଦର୍ଶନ ବନ୍ଦ ପାଇଁ ଦାବି ହେଉଛି।
ମନ୍ଦିର ଟ୍ରଷ୍ଟର ଚେୟାରମ୍ୟାନ ଓ୍ବାଇ.ବି. ସୁବାରେଡ୍ଡୀ କହିଛନ୍ତି, ମନ୍ଦିରର ପରିସ୍ଥିତି ଏବେ ମଧ୍ୟ ନିୟନ୍ତ୍ରଣରେ ଅଛି। ତେଣୁ ପୁନର୍ବାର ମନ୍ଦିର ବନ୍ଦ କରିବାର କୌଣସି କାରଣ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ବାଚନିକ ଭୋଟ୍‌ରେ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri