ମନ୍ଦିର ପୂଜକ କରୋନା ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୬।୭:  ଢେଙ୍କାନାଳ ସହରସ୍ଥିତ ଏକ ପ୍ରମୁଖ ମନ୍ଦିରର ଜଣେ ପୂଜକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ଏବଂ ଦେବୋତ୍ତର ବିଭାଗ ପକ୍ଷରୁ ମନ୍ଦିରକୁ ବିଶୋଧନ କରାଯାଇଛି। ଅନ୍ୟ ସେବାୟତ ଓ ପୂଜକଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଠାକୁରଙ୍କ ନୀତିକାନ୍ତି ଯେପରି ବିଭ୍ରାଟ ନ ହୁଏ ସେଥିଲାଗି ଅନ୍ୟ ପୂଜକଙ୍କୁ ନିୟୋଜିତ କରାଯିବ ବୋଲି ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି।
ଆକ୍ରାନ୍ତ ପୂଜକଙ୍କ ବୟସ ପାଖାପଖି ୭୦ବର୍ଷ ହେବ। ସେ ଏକ ଜଟିଳ ରୋଗରେ ପୀଡ଼ିତ ଥିବାରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଇଥିଲେ। ଚିକିତ୍ସା ପୂର୍ବରୁ ସେଠାରେ ତାଙ୍କର କରୋନା ପରୀକ୍ଷଣ କରାଯାଇଥିବାବେଳେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଆକ୍ରାନ୍ତ ପୂଜକ ରଥଯାତ୍ରା ଦିନ ଶ୍ରୀଜୀଉଙ୍କ ପହଣ୍ଡି ପର୍ଯ୍ୟନ୍ତ ମନ୍ଦିର ମୁଖଶାଳା ନିକଟରେ ବସିଥିଲେ। ସେହିପରି ବାହୁଡ଼ାଯାତ୍ରା ଦିନ ସକାଳୁ ମଧ୍ୟାହ୍ନ ୧୨ଟା ଯାଏ ମନ୍ଦିରରେ ଥିଲେ ବୋଲି ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଉପଜିଲାପାଳ କୁହନ୍ତି, ଅସୁସ୍ଥ ପୂଜକ ଉଭୟ ରଥଯାତ୍ରା ଏବଂ ବାହୁଡ଼ାଯାତ୍ରା ଦିନ ଅଳ୍ପ ସମୟ ପାଇଁ ମନ୍ଦିରରେ ଥିଲେ। ସେ ଅସୁସ୍ଥ ଥିବାରୁ ତାଙ୍କୁ କୌଣସି ଦାୟିତ୍ୱ ଦିଆଯାଇ ନ ଥିଲା। ସେ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ମନ୍ଦିରକୁ ବିଶୋଧନ କରାଯାଇଛି। ଅନ୍ୟ ପୂଜକ, ସେବାୟତଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ଲାଗି କୁହାଯାଇଛି। ପୂଜକ ଜଣକ କାହା ସଂସ୍ପର୍ଶରେ ଆସିଛନ୍ତି ତାହା ଜାଣିବା ପାଇଁ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଡାକ୍ତରଙ୍କ ସହ ଯୋଗାଯୋଗ କରିବା ପରେ ସମସ୍ତଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯିବ। ଠାକୁରଙ୍କ ନୀତିକାନ୍ତି ପାଇଁ ବିକଳ୍ପ ବ୍ୟବସ୍ଥା ସ୍ବରୂପ ଅନ୍ୟ ପୂଜକଙ୍କୁ ନିୟୋଜିତ କରାଯିବ ବୋଲି ଉପଜିଲାପାଳ କହିଛନ୍ତି। ଅନ୍ୟପଟେ ସମ୍ପୃକ୍ତ ପୂଜକଙ୍କ ନିକଟ ସମ୍ପର୍କୀୟା ଜଣେ ମହିଳା ଜିଲା ଚିକିତ୍ସାଳୟରେ କାର୍ଯ୍ୟ କରୁଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟ ବିଶୋଧନ କରାଯାଇଥିବା ସିଡିଏମ୍‌ଓ ଡା. ସୁଜାତା ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri