ମନ୍ଦିର ପୂଜକ କରୋନା ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୬।୭:  ଢେଙ୍କାନାଳ ସହରସ୍ଥିତ ଏକ ପ୍ରମୁଖ ମନ୍ଦିରର ଜଣେ ପୂଜକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ଏବଂ ଦେବୋତ୍ତର ବିଭାଗ ପକ୍ଷରୁ ମନ୍ଦିରକୁ ବିଶୋଧନ କରାଯାଇଛି। ଅନ୍ୟ ସେବାୟତ ଓ ପୂଜକଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଠାକୁରଙ୍କ ନୀତିକାନ୍ତି ଯେପରି ବିଭ୍ରାଟ ନ ହୁଏ ସେଥିଲାଗି ଅନ୍ୟ ପୂଜକଙ୍କୁ ନିୟୋଜିତ କରାଯିବ ବୋଲି ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ସୂଚନା ଦେଇଛନ୍ତି।
ଆକ୍ରାନ୍ତ ପୂଜକଙ୍କ ବୟସ ପାଖାପଖି ୭୦ବର୍ଷ ହେବ। ସେ ଏକ ଜଟିଳ ରୋଗରେ ପୀଡ଼ିତ ଥିବାରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଇଥିଲେ। ଚିକିତ୍ସା ପୂର୍ବରୁ ସେଠାରେ ତାଙ୍କର କରୋନା ପରୀକ୍ଷଣ କରାଯାଇଥିବାବେଳେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଆକ୍ରାନ୍ତ ପୂଜକ ରଥଯାତ୍ରା ଦିନ ଶ୍ରୀଜୀଉଙ୍କ ପହଣ୍ଡି ପର୍ଯ୍ୟନ୍ତ ମନ୍ଦିର ମୁଖଶାଳା ନିକଟରେ ବସିଥିଲେ। ସେହିପରି ବାହୁଡ଼ାଯାତ୍ରା ଦିନ ସକାଳୁ ମଧ୍ୟାହ୍ନ ୧୨ଟା ଯାଏ ମନ୍ଦିରରେ ଥିଲେ ବୋଲି ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ ତ୍ରିପାଠୀ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଉପଜିଲାପାଳ କୁହନ୍ତି, ଅସୁସ୍ଥ ପୂଜକ ଉଭୟ ରଥଯାତ୍ରା ଏବଂ ବାହୁଡ଼ାଯାତ୍ରା ଦିନ ଅଳ୍ପ ସମୟ ପାଇଁ ମନ୍ଦିରରେ ଥିଲେ। ସେ ଅସୁସ୍ଥ ଥିବାରୁ ତାଙ୍କୁ କୌଣସି ଦାୟିତ୍ୱ ଦିଆଯାଇ ନ ଥିଲା। ସେ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ମନ୍ଦିରକୁ ବିଶୋଧନ କରାଯାଇଛି। ଅନ୍ୟ ପୂଜକ, ସେବାୟତଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ଲାଗି କୁହାଯାଇଛି। ପୂଜକ ଜଣକ କାହା ସଂସ୍ପର୍ଶରେ ଆସିଛନ୍ତି ତାହା ଜାଣିବା ପାଇଁ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଡାକ୍ତରଙ୍କ ସହ ଯୋଗାଯୋଗ କରିବା ପରେ ସମସ୍ତଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯିବ। ଠାକୁରଙ୍କ ନୀତିକାନ୍ତି ପାଇଁ ବିକଳ୍ପ ବ୍ୟବସ୍ଥା ସ୍ବରୂପ ଅନ୍ୟ ପୂଜକଙ୍କୁ ନିୟୋଜିତ କରାଯିବ ବୋଲି ଉପଜିଲାପାଳ କହିଛନ୍ତି। ଅନ୍ୟପଟେ ସମ୍ପୃକ୍ତ ପୂଜକଙ୍କ ନିକଟ ସମ୍ପର୍କୀୟା ଜଣେ ମହିଳା ଜିଲା ଚିକିତ୍ସାଳୟରେ କାର୍ଯ୍ୟ କରୁଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରକୁ ମଧ୍ୟ ବିଶୋଧନ କରାଯାଇଥିବା ସିଡିଏମ୍‌ଓ ଡା. ସୁଜାତା ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri