ପ୍ରସ୍ତାବିତ ଅଞ୍ଚଳରୁ ମନ୍ଦିର ଉଚ୍ଛେଦ ହେବ

କଟକ ଅଫିସ,୨୦।୨: ନେତାଜୀ ବସ୍‌ ଟର୍ମିନାଲ ଓ ତାଳଦଣ୍ଡା କେନାଲ ରାସ୍ତା ସମ୍ପ୍ରସାରଣ ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ କାର୍ଯ୍ୟାଳୟର ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆର୍‌ଡିସି ଅନିଲ କୁମାର ସାମଲ ଅଧ୍ୟକ୍ଷତା କରି କହିଥିଲେ, କଟକ ସହରକୁ ଆଧୁନିକୀକରଣ କରି ଏକ ନୂଆ ରୂପ ଦେବା ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏଥିମଧ୍ୟରେ ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲ ପାଇଁ ସମସ୍ତ ମନ୍ଦିର ଏବଂ ଶବଦାହ କେନ୍ଦ୍ର ଉଚ୍ଛେଦ କରାଯିବ। ସେହିପରି ଜନସାଧାରଣଙ୍କ ପ୍ରବେଶ ଓ ପ୍ରସ୍ଥାନ ନିମନ୍ତେ ବ୍ୟବସ୍ଥା ହେବ। ଉକ୍ତ ଅଞ୍ଚଳରେ କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନରେ ଥିବା ସରକାରୀ ଗୃହ, ବାସଗୃହ, ମାଇକ୍ରୋ କମ୍ପୋଷ୍ଟିଂ କେନ୍ଦ୍ର, ରାତ୍ର ଆଶ୍ରୟସ୍ଥଳକୁ ୧ ମାସ ମଧ୍ୟରେ ସ୍ଥାନାନ୍ତର କରାଯିବ। ଏହାପରେ ସମଗ୍ର ପ୍ରସ୍ତାବିତ ବସ୍‌ଷ୍ଟାଣ୍ଡ ଅଞ୍ଚଳକୁ ପାଚେରି ନିର୍ମାଣ କରି ଆବଦ୍ଧ ହେବ। ସେହିପରି ପ୍ରେସ୍‌ ଛକଠାରୁ ଖାନ୍‌ନଗର ରିଂରୋଡ ସମ୍ପ୍ରସାରଣ ନିମନ୍ତେ ପ୍ରସ୍ତୁତ ନକ୍ସା ଚୂଡାନ୍ତ କରିବାକୁ ଆର୍‌ଡିସି ସାମଲ ପୂର୍ତ୍ତ ଅଧିକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ତାଳଦଣ୍ଡା କେନାଲ କାର୍ଯ୍ୟ, ନିକଟସ୍ଥ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଓ ଜନସ୍ବାସ୍ଥ୍ୟ ବିଭାଗର ଜମି ଅଧିଗ୍ରହଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଆର୍‌ଡିସି ସାମଲ କହିଥିଲେ। କେନାଲ ନିକଟସ୍ଥ ବସ୍ତିବାସିନ୍ଦାଙ୍କୁ ଚାଉଳିଆଗଞ୍ଜ ଓ ନୂଆପଡ଼ା ଅଞ୍ଚଳରେ ଥଇଥାନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ, ଡିସିପି ପ୍ରତୀକ୍‌ ସିଂଙ୍କ ସମେତ
ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?