ସେବାୟତ ଟିକା ନେଇଥିଲେ ଖୋଲିବ ମନ୍ଦିର

ଛତ୍ରପୁର,୨।୮(ଡି.ଏନ୍‌.ଏ.): ଚଳିତ ମାସ ୧ ତାରିଖରୁ ସାମାନ୍ୟ କଟକଣା ସହ ଶପିଂମଲ, ସିନେମାହଲ, ପାର୍କ, ବେଳାଭୂମି ଖୋଲିଛି । କିନ୍ତୁ ଧାର୍ମିକ ପୀଠ ଖୋଲିବାକୁ ଜିଲାପାଳ ନିଷ୍ପତ୍ତି ନେବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ଗଞ୍ଜାମ ଜିଲାରେ ଦୀର୍ଘ ଦିନ ଧରି ଆରାଧ୍ୟ ଦେବତା ମା’ ତାରାତାରିଣୀ ମନ୍ଦିର ମଧ୍ୟ ବନ୍ଦ ରହିଛି । ଧାର୍ମିକ ଅନୁଷ୍ଠାନ ଖୋଲିବା ନେଇ ଆଲୋଚନା ଚାଲିଛି ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର କହିଛନ୍ତି । ଉପଜିଲାପାଳ, ସ୍ଥାନୀୟ ତହସିଲଦାରଙ୍କଠାରୁ ମତାମତ ନିଆଯାଇଛି । ତା’ ସହ କୋଭିଡ କଟକଣାକୁ ନେଇ ମନ୍ଦିରର ପ୍ରସ୍ତୁତି କ’ଣ ରହିଛି ଏବଂ ସେବାୟତଙ୍କ ସହ ସେସମ୍ପର୍କରେ ଆଲୋଚନା କରାଯିବ । ଚାରିରୁ ପାଞ୍ଚଦିନ ମଧ୍ୟରେ ମନ୍ଦିର ଖୋଲିବା ନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଏଥିସହ ସେବାୟତମାନେ ଟିକା ନେଇଛନ୍ତି କି ନାହିଁ ସେସମ୍ପର୍କରେ ପଚାରାଯିବ। ଯେଉଁଠି ସେବାୟତ ମାନେ ଟିକା ନେଇଛନ୍ତି ସେଠି ଅଧିକ ପ୍ରଧାନ୍ୟ ଦିଆଯିବ ବୋଲି ଜିଲାପାଳ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri