ଆଜିଠୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୧ା୨: କୋଭିଡ୍‌ କଟକଣା ଯୋଗୁ ୨୦ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏନେଇ ସୋମବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଜିଓର (ଏସ୍‌ଓପି) ପ୍ରକାଶ ପାଇଛି। ଏହି ଏସ୍‌ଓପି ଅନୁଯାୟୀ, ସପ୍ତାହରେ ୬ଦିନ ଦର୍ଶନ ଚାଲିବ। ଶ୍ରୀମନ୍ଦିର ଭିତର ଓ ବାହାର ପରିସର ବିଶୋଧନ ନିମନ୍ତେ ପ୍ରତ୍ୟେକ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଅନ୍ୟଦିନେ ସକାଳ ୬ରୁ ରାତ୍ର ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ତେବେ ଏଥିପାଇଁ ଆଧାରକାର୍ଡ କିମ୍ବା ଭୋଟର ପରିଚୟପତ୍ର ସହ କୋଭିଡ୍‌ ଡବଲ୍‌ ଡୋଜ୍‌ ଟିକାକରଣ କିମ୍ବା ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଆର୍‌ଟି-ପିସିିଆର୍‌ ରିପୋର୍ଟ ଦେଖାଇବାକୁ ପଡ଼ିବ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ପରେ କୋଭିଡ୍‌ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସାନି ଏସ୍‌ଓପି ଜାରି କରାଯିବ। ଶ୍ରୀମନ୍ଦିର ପରିସର ଓ ବାହାରେ ମାସ୍କ ପରିଧାନ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା ଉପରେ ଶ୍ରଦ୍ଧାଳୁମାନେ ଧ୍ୟାନ ଦେବେ। କଟକଣା ଉଲ୍ଲଂଘନ କଲେ ଜରିମାନା ଦେବାକୁ ପଡ଼ିବା ସହ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ଗତ ୨୮ ତାରିଖ ଛତିଶା ନିଯୋଗ ବୈଠକରେ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇ ଏକମତ ହୋଇ ଶ୍ରଦ୍ଧାଳୁଙ୍କ ନିମନ୍ତେ ଶ୍ରୀମନ୍ଦିର ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁମାନେ କୋଭିଡ୍‌ କଟକଣା ମାନି ମହାପ୍ରଭୁଙ୍କୁ ଦର୍ଶନ କରନ୍ତୁ। ଯାହାଦ୍ୱାରା ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିବ ନାହିଁ। ଅନ୍ୟପକ୍ଷରେ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ କ୍ୟାମ୍ପ ଆୟୋଜନ କରାଯାଇଛି। ୧୮ରୁ ୬୦ ବର୍ଷ ବୟସର ସେବାୟତମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଏଥିପାଇଁ ୯୦ ଦିନର ସମୟସୀମା ଥିବାରୁ ଯୋଗ୍ୟ ସେବାୟତଙ୍କୁ ଚୟନ କରାଯାଇ ବୁଷ୍ଟର ଡୋଜ୍‌ ଦିଆଯିବ। ଶୃଙ୍ଖଳିତ ଓ ସୁରକ୍ଷିତ ନୀତିକାନ୍ତି ପାଇଁ ସେବାୟତମାନଙ୍କୁ ସଂକ୍ରମଣମୁକ୍ତ ରଖିବା ଉଦ୍ଦେଶ୍ୟରେ ଏହି କ୍ୟାମ୍ପ କରାଯାଉଛି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ କିଓସ୍କୋ, ଭ୍ୟାକ୍ସିନେଶନ୍‌ ଏବଂ ଆର୍‌ଟି-ପିସିଆର୍‌ କଟକଣାକୁ ହଟାଇବା ପାଇଁ ଛତିଶା ନିଯୋଗର ସେବାୟତମାନେ ଦାବି କରୁଥିଲେ। ମାତ୍ର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା ପୂର୍ବରୁ ଜାରି ହୋଇଥିବା ସମସ୍ତ କଟକଣା ବଳବତ୍ତର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ କିଓସ୍କୋ ବ୍ୟବସ୍ଥାକୁ ପୁଣି କାର୍ଯ୍ୟକ୍ଷମ କରାଯାଇଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ କିଓସ୍କୋ ପ୍ରସ୍ତୁତ ରଖାଯାଇଥିବାବେଳେ ଧାଡ଼ି ଦର୍ଶନ ଲାଗି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ପୁରୀ ସହରବାସୀ ପଶ୍ଚିମଦ୍ୱାର ଏବଂ ଅନ୍ୟ ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ସମସ୍ତେ ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ଗତ ୧୦ ତାରିଖରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଥିବାବେଳେ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ତେଣୁ ବହୁସଂଖ୍ୟକ ଶ୍ରଦ୍ଧାଳୁଙ୍କ ଆଗମନ ହେବା ଆଶା କରାଯାଉଛି। ଏସବୁ ଦୃଷ୍ଟିରୁ ପୁରୀ ସହରରେ ଟ୍ରାଫିକ୍‌ ଓ ପାର୍କିଂ ବ୍ୟବସ୍ଥା ସହ ଶ୍ରୀମନ୍ଦିର ସୁରକ୍ଷା ଲାଗି ପୋଲିସ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri