ଆଜିଠୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୧ା୨: କୋଭିଡ୍‌ କଟକଣା ଯୋଗୁ ୨୦ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏନେଇ ସୋମବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଜିଓର (ଏସ୍‌ଓପି) ପ୍ରକାଶ ପାଇଛି। ଏହି ଏସ୍‌ଓପି ଅନୁଯାୟୀ, ସପ୍ତାହରେ ୬ଦିନ ଦର୍ଶନ ଚାଲିବ। ଶ୍ରୀମନ୍ଦିର ଭିତର ଓ ବାହାର ପରିସର ବିଶୋଧନ ନିମନ୍ତେ ପ୍ରତ୍ୟେକ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଅନ୍ୟଦିନେ ସକାଳ ୬ରୁ ରାତ୍ର ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ତେବେ ଏଥିପାଇଁ ଆଧାରକାର୍ଡ କିମ୍ବା ଭୋଟର ପରିଚୟପତ୍ର ସହ କୋଭିଡ୍‌ ଡବଲ୍‌ ଡୋଜ୍‌ ଟିକାକରଣ କିମ୍ବା ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଆର୍‌ଟି-ପିସିିଆର୍‌ ରିପୋର୍ଟ ଦେଖାଇବାକୁ ପଡ଼ିବ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ପରେ କୋଭିଡ୍‌ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସାନି ଏସ୍‌ଓପି ଜାରି କରାଯିବ। ଶ୍ରୀମନ୍ଦିର ପରିସର ଓ ବାହାରେ ମାସ୍କ ପରିଧାନ, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ରକ୍ଷା ଉପରେ ଶ୍ରଦ୍ଧାଳୁମାନେ ଧ୍ୟାନ ଦେବେ। କଟକଣା ଉଲ୍ଲଂଘନ କଲେ ଜରିମାନା ଦେବାକୁ ପଡ଼ିବା ସହ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ଗତ ୨୮ ତାରିଖ ଛତିଶା ନିଯୋଗ ବୈଠକରେ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇ ଏକମତ ହୋଇ ଶ୍ରଦ୍ଧାଳୁଙ୍କ ନିମନ୍ତେ ଶ୍ରୀମନ୍ଦିର ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁମାନେ କୋଭିଡ୍‌ କଟକଣା ମାନି ମହାପ୍ରଭୁଙ୍କୁ ଦର୍ଶନ କରନ୍ତୁ। ଯାହାଦ୍ୱାରା ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିବ ନାହିଁ। ଅନ୍ୟପକ୍ଷରେ ସେବାୟତଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ କ୍ୟାମ୍ପ ଆୟୋଜନ କରାଯାଇଛି। ୧୮ରୁ ୬୦ ବର୍ଷ ବୟସର ସେବାୟତମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଏଥିପାଇଁ ୯୦ ଦିନର ସମୟସୀମା ଥିବାରୁ ଯୋଗ୍ୟ ସେବାୟତଙ୍କୁ ଚୟନ କରାଯାଇ ବୁଷ୍ଟର ଡୋଜ୍‌ ଦିଆଯିବ। ଶୃଙ୍ଖଳିତ ଓ ସୁରକ୍ଷିତ ନୀତିକାନ୍ତି ପାଇଁ ସେବାୟତମାନଙ୍କୁ ସଂକ୍ରମଣମୁକ୍ତ ରଖିବା ଉଦ୍ଦେଶ୍ୟରେ ଏହି କ୍ୟାମ୍ପ କରାଯାଉଛି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ କିଓସ୍କୋ, ଭ୍ୟାକ୍ସିନେଶନ୍‌ ଏବଂ ଆର୍‌ଟି-ପିସିଆର୍‌ କଟକଣାକୁ ହଟାଇବା ପାଇଁ ଛତିଶା ନିଯୋଗର ସେବାୟତମାନେ ଦାବି କରୁଥିଲେ। ମାତ୍ର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା ପୂର୍ବରୁ ଜାରି ହୋଇଥିବା ସମସ୍ତ କଟକଣା ବଳବତ୍ତର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ କିଓସ୍କୋ ବ୍ୟବସ୍ଥାକୁ ପୁଣି କାର୍ଯ୍ୟକ୍ଷମ କରାଯାଇଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ କିଓସ୍କୋ ପ୍ରସ୍ତୁତ ରଖାଯାଇଥିବାବେଳେ ଧାଡ଼ି ଦର୍ଶନ ଲାଗି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ପୁରୀ ସହରବାସୀ ପଶ୍ଚିମଦ୍ୱାର ଏବଂ ଅନ୍ୟ ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ସମସ୍ତେ ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି, ଗତ ୧୦ ତାରିଖରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଥିବାବେଳେ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ତେଣୁ ବହୁସଂଖ୍ୟକ ଶ୍ରଦ୍ଧାଳୁଙ୍କ ଆଗମନ ହେବା ଆଶା କରାଯାଉଛି। ଏସବୁ ଦୃଷ୍ଟିରୁ ପୁରୀ ସହରରେ ଟ୍ରାଫିକ୍‌ ଓ ପାର୍କିଂ ବ୍ୟବସ୍ଥା ସହ ଶ୍ରୀମନ୍ଦିର ସୁରକ୍ଷା ଲାଗି ପୋଲିସ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri