୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକାଧିକ ବୈଠକ ହୋଇସାରିଥିବା ବେଳେ ବିଧାୟକମାନଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ବହୁ ଥର କୁହାଯାଇଛି। ହେଲେ ଏବେ ବି ୮ ଜଣ ବିଧାୟକ ସରକାରୀ ବାସଭବନ ଖାଲି ନ କରି ରହିଛନ୍ତି। ଫଳରେ ନବନିର୍ବାଚିତ ବିଧାୟକଙ୍କ ଲାଗି ନିର୍ବାଚନର ଅଢ଼େଇ ବର୍ଷ ପରେ ମଧ୍ୟ ବହୁତଳ ସରକାରୀ ବାସଭବନ ନିର୍ମାଣ ଆରମ୍ଭ ହୋଇପାରି ନାହିଁ। ଏହି କାମ ସରିବାକୁ ମଧ୍ୟ ଆହୁରି ୨ ବର୍ଷ ଲାଗିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର କହିଥିଲେ।
ଏହି ବହୁତଳ ସରକାରୀ ବାସଭବନ ଲାଗି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟ ପାଇଁ ଟେଣ୍ଡର ପ୍ରକ୍ରିୟା ଆସନ୍ତା ୩୦ ତାରିଖ ସୁଦ୍ଧା ହେବ। ପରବର୍ତ୍ତୀ ୧୦ରୁ ୧୫ ଦିନ ମଧ୍ୟରେ କାର୍ଯ୍ୟାଦେଶ ପ୍ରଦାନ କରାଯିବ ବୋଲି ବାଚସ୍ପତି କହିଛନ୍ତି। ନିର୍ମାଣ ହେବାକୁ ଥିବା ବହୁତଳ ବାସଭବନ ୨୭୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଓଡ଼ିଶା ସେତୁ ନିର୍ମାଣ ନିଗମକୁ ୫୦ କୋଟି ଟଙ୍କା ରାଜ୍ୟ ସରକାରଙ୍କ ତରଫରୁ ପ୍ରଦାନ କରାଯାଇଥିବା ବେଳେ ବଳକା ୨୨୫ କୋଟି ଟଙ୍କା ଆସନ୍ତା ୨ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମେ ପ୍ରଦାନ କରାଯିବ ବୋଲି ବାଚସ୍ପତି ପାତ୍ର ପ୍ରକାଶ କରିଛନ୍ତି।
ଏବେ ସୁଦ୍ଧା ବିଧାୟକ କଲୋନିରୁ ୮ ଜଣ ବିଧାୟକ ଗୃହ ଛାଡ଼ିନାହାନ୍ତି। ସେମାନେ ଆସନ୍ତା ୨୫ ତାରିଖ ସୁଦ୍ଧା ଗୃହ ଛାଡ଼ିଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବିଧାୟକମାନେ ଗୃହ ଛାଡ଼ିବା ପରେ ପୁରୁଣା ଗୃହକୁ ତୁରନ୍ତ ଭଙ୍ଗାଯିବ। ନୂତନ ବିଧାୟକ କଲୋନିରେ ମାର୍କେଟ କମ୍ପ୍ଲେକ୍ସ, ବ୍ୟାୟାମ ସ୍ଥଳ, ଏକକାଳୀନ ୨୦୦୦ରୁ ୩୦୦୦ ଲୋକ ଭୋଜି ଖାଇବା ଭଳି କଲ୍ୟାଣ ମଣ୍ଡପ, ରେଳ ଓ ଉଡ଼ାଜାହାଜ ଟିକେଟ ବୁକିଂ କାଉଣ୍ଟର, ଚିକିତ୍ସା ସୁବିଧା, ପୋଲିସ ଷ୍ଟେଶନ ଏବଂ ଅନ୍ୟାନ୍ୟ ଆବଶ୍ୟକ ଆନୁଷଙ୍ଗିକ ବ୍ୟବସ୍ଥା ରହିବ। ଏହି ବୈଠକରେ ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ସମେତ ପୂର୍ତ୍ତ ଓ ଓବିସିସିର ଉଚ୍ଚ କର୍ତ୍ତୃପକ୍ଷ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri