Posted inଜାତୀୟ

ବଢୁଛି ମୁଖ୍ୟମନ୍ତ୍ରୀ-ରାଜ୍ୟପାଳଙ୍କ ମଧ୍ୟରେ ତିକ୍ତତା

ନୂଆଦିଲ୍ଲୀ,୧୨।୧: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏବଂ ରାଜ୍ୟପାଳ ଆର.ଏନ ରବିଙ୍କ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ରାଜ୍ୟପାଳ ରବିଙ୍କ ସମ୍ପର୍କରେ ଏକ ଚିଠି ସରକାରଙ୍କ ତରଫରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଦାନ କରାଯାଇଛି। ତେବେ ଏହି ଚିଠିରେ କ’ଣ ଅଛି ତାହା ପ୍ରକାଶ କରାଯାଇ ନାହିଁ।
ଡିଏମକେ ଏମ୍‌ପି ଟିଆର ବାଲୁ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ଦ୍ୱାରା ଲିଖିତ ଚିଠିକୁ ରାଜ୍ୟ ଆଇନ ମନ୍ତ୍ରୀ ଏସ ରଘୁପତି ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଚିଠିରେ ଯାହା ଲେଖିଛନ୍ତି, ରାଷ୍ଟ୍ରପତିଙ୍କୁ ଏ ବିଷୟରେ ଅବଗତ କରାଯାଇଛି। ରାଜ୍ୟପାଳ ବିଧାନସଭାରେ ଯାହା କରିଥିଲେ, ତାହା ଗୃହର ସାମ୍ବିଧାନିକ ବ୍ୟବସ୍ଥା ଏବଂ ନିୟମ ବିରୁଦ୍ଧ ଅଟେ।
ରାଜ୍ୟପାଳ ବିଧାନସଭା ଅଧିବେଶନରେ ତାଙ୍କ ଅଭିଭାଷଣରେ କିଛି ଗୁରୁତ୍ୱପୂର୍ଣ୍ଣ ଅଂଶ ଛାଡିଥିଲେ। ଏହି ଅଭିଭାଷଣକୁ ରାଜ୍ୟ ସରକାର ପ୍ରସ୍ତୁତ କରିଥିଲେ। ଏହା ପରେ ସିଏମ ଏମ.କେ ଷ୍ଟାଲିନ ଦୁଃଖ ପ୍ରକାଶ କରିଥିଲେ ଏବଂ ମୂଳ ଭାଷଣକୁ ରେକର୍ଡରେ ନେବାକୁ ଏକ ସଂକଳ୍ପ ପାରିତ କରିଥିଲେ। ଏହା ପରେ ରାଜ୍ୟପାଳ ଆର.ଏନ ରବି ଗୃହ ଛାଡି ବାହାରକୁ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri