ଟେଣ୍ଟ ଉଡ଼ିଗଲା, ତୋରଣ ଭାଙ୍ଗିଲା

ଭଞ୍ଜନଗର/ଚିକିଟି/ଆସିକା,୧୬।୫(ଡି.ଏନ.ଏ): ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ସହ ବର୍ଷା ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ହୋଇଥିବା ଏକାଧିକ ବଡ଼ ବଡ଼ ତୋରଣ ଭାଙ୍ଗି ଚୁରମାର ହୋଇଯାଇଛି। କବିସମ୍ରାଟ ରଙ୍ଗମଞ୍ଚର ଏଲଇଡ଼ି ସ୍କ୍ରିନ ଭାଙ୍ଗି ଗୁଣ୍ଡ ହୋଇଯାଇଛି। ସ୍ଥାନୀୟ ବାଇପାସ୍‌ ରୋଡ଼ରେ ପଡ଼ିଥିବା ଅପେରା ଟେଣ୍ଟ ଉଡ଼ିଯିବା ସହ ମଞ୍ଚରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାଉଁଶଲୁଣ୍ଡିରେ ପଡ଼ିଥିବା ମୀନାବଜାର ଟେଣ୍ଟ ମଧ୍ୟ ଉଡ଼ିଯିବା ସହ ଦୋକାନ ଗୃହ ଗୁଡ଼ିକ ଭାଙ୍ଗିଯାଇଛି। ସେହିଭଳି ରାମଦୋଳି ସଂସ୍ଥାର ମଧ୍ୟ ବ୍ୟାପକ କ୍ଷତି ହୋଇଛି। ଅନେକ ସ୍ଥାନରେ ଛୋଟ ବଡ଼ ଗଛ ଭାଙ୍ଗି ପଡ଼ିଛି। କେତେକ ସ୍ଥାନରେ ଗଛ ପଡ଼ି ଗମନାଗମନ ବାଧାପ୍ରାପ୍ତ ହୋଇଛି। ଟିଣ ଓ ଚାଳ ଛପର ଘର ମଧ୍ୟ ଭାଙ୍ଗିଯାଇଛି। ଝଡ଼ତୋଫାନ ଯୋଗୁ ବିଦ୍ୟୁତ୍‌ ସେବା ପ୍ରଭାବିତ ହୋଇଛି । ସେହିପରି ଚିକିଟି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପବନ ସମେତ କୁଆପଥର ବର୍ଷା ହୋଇଛି। ଦୀର୍ଘଦିନ ଧରି ଅଞ୍ଚଳରେ ଅସହ୍ୟତାତିରୁ ଜନସାଧାରଣ ଆଶ୍ୱସ୍ତି ପାଇଛନ୍ତି। ଅପରପକ୍ଷରେ ଗତ ତିନିଦିନ ଧରି ଚାଲିଥିବା ଧାନଘରସ୍ଥିତ ଯାତ୍ରା ଅପେରାସ୍ଥଳ ଭାଙ୍ଗିଚୁରମାର ହୋଇଥିବା ବେଳେ ଚିକିଟିପେଣ୍ଠସ୍ଥିତ ଚାଲିଥିବା ଲକ୍ଷ୍ମୀମନ୍ଦିର ପ୍ରତିଷ୍ଠା ଉତ୍ସବସ୍ଥଳ ଭାଙ୍ଗିଚୁରମାର ହୋଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। କାଁ ଭାଁ ସ୍ଥାନରେ ବିଦ୍ୟୁତ ତାର ଏବଂ ଗଛ ପଡିଯିବାରୁ ବିଦ୍ୟୁତ୍‌ ସରବରାହ ବ୍ୟାଘାତ ଘଟିଛି।
ଆସିକା ଅଞ୍ଚଳରେ କାଳବୈଶାଖୀ ପବନ ଓ ବଜ୍ରପାତ ସହ ବର୍ଷା ହୋଇଛି। ବିଭିନ୍ନ ସ୍ଥାନରେ ଗଛ ଡାଳ ବିଦ୍ୟୁତ୍‌ ତାର ଉପରେ ଛିଡ଼ି ପଡ଼ିବା ଫଳରେ ବହୁ ସମୟ ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri