ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳକୁ ସରକାର ସର୍ବନିମ୍ନ ୨ ବର୍ଷ ବଢ଼ାଇଛନ୍ତି।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri