ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳକୁ ସରକାର ସର୍ବନିମ୍ନ ୨ ବର୍ଷ ବଢ଼ାଇଛନ୍ତି।

ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri