Posted inଖେଳ

ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ର ଅବଧି ବୃଦ୍ଧି ଆବଶ୍ୟକ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ରର ଅବଧି ବୃଦ୍ଧି କରିିବା ଉଚିତ୍‌ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) କହିଛି। ତା ’ ନହେଲେ କୋଭିଡ୍‌-୧୯ ମହାମାରୀ ଯୋଗୁ ନିକଟରେ ଏହାର ବାତିଲ ୮ଟି ମ୍ୟାଚ ଖେଳାଯିବା ସମ୍ଭବପର ହେବନାହିଁ। ମହାମାରୀ ଅନ୍ତର୍ଜାତୀୟ କ୍ୟାଲେଣ୍ଡରକୁ ପ୍ରଭାବିତ କରିଛି। ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଗତବର୍ଷ ଅଗଷ୍ଟ ୧ରେ ଉନ୍ମୋଚନ ହୋଇଛି। ବାଂଲାଦେଶ ୮ଟି ଟେଷ୍ଟ ମ୍ୟାଚ ଖେଳିପାରିନାହିଁ। ଦଳ ଏପ୍ରିଲରେ ପାକିସ୍ତାନ ବିପକ୍ଷରେ ଦେଶ ବାହାରେ ଏକ ମ୍ୟାଚ, ଜୁନ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ, ନ୍ୟୁଜିଲାଣ୍ଡ ବିପକ୍ଷରେ ଦୁଇଟି ଟେଷ୍ଟ ଏବଂ ଶ୍ରୀଲଙ୍କା ବିପକ୍ଷରେ ତିନୋଟି ମ୍ୟାଚ ଖେଳିପାରି ନାହିଁ। ବର୍ତ୍ତମାନ ଚାଲିଥିବା ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ରର ଅବଧିକୁ ଯଦି ବୃଦ୍ଧି କରା ନ ଯାଏ ତେବେ ପ୍ରଥମ ସମୟଚକ୍ରର ଧାର୍ଯ୍ୟ ସମୟସୀମା ମଧ୍ୟରେ ୮ଟି ଟେଷ୍ଟ ମ୍ୟାଚ ଖେଳିବା ସମ୍ଭବପର ନୁହେଁ ବୋଲି ବିସିବି ଚେୟାରମ୍ୟାନ ଆକ୍ରାମ ଖାଁ କହିଛନ୍ତି। ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେଷ୍ଟ ଖେଳୁଥିବା ୧୨ଟି ଦେଶ ମଧ୍ୟରୁ ୯ଟି ଦେଶକୁ ନେଇ ଅନୁଷ୍ଠିତ ହେଉଛି। ଦୁଇ ବର୍ଷିଆ ସମୟଚକ୍ରରେ ପ୍ରତ୍ୟେକ ଦଳ ୬ଟି ଲେଖାଏଁ ଟେଷ୍ଟ ସିରିଜ ଖେଳିବେ। ତନ୍ମଧ୍ୟରୁ ତିନୋଟି ନିଜ ଦେଶ ଏବଂ ଅନ୍ୟ ତିନୋଟି ବିଦେଶରେ। ହେଲେ ସିରିଜରେ ଟେଷ୍ଟ ମ୍ୟାଚ ସଂଖ୍ୟା ସମାନ ରହିବ ନାହିଁ। ପ୍ରତ୍ୟେକ ସିରିଜରୁ ଗୋଟିଏ ଦଳ ସର୍ବାଧିକ ୧୨୦ ପଏଣ୍ଟ ସ୍କୋର କରିପାରିବ। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଆସନ୍ତା ବର୍ଷ ଜୁନ୍‌ରେ ଫାଇନାଲ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ୨୦୧୯ ଜୁଲାଇରୁ ୨୦୨୧ ମାର୍ଚ୍ଚ ୩୧ ମଧ୍ୟରେ ମୋଟ ୭୨ ଟେଷ୍ଟ ମ୍ୟାଚ ଖେଳାଯିବା କଥା। ସୂଚନାଯୋଗ୍ୟ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଷ୍ଟାଣ୍ଡିଂରେ ଭାରତ ବର୍ତ୍ତମାନ ପ୍ରଥମ ସ୍ଥାନରେ ରହିଥିବାବେଳେ ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri