Posted inଖେଳ

ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ର ଅବଧି ବୃଦ୍ଧି ଆବଶ୍ୟକ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୱାର୍ଲଡ ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ରର ଅବଧି ବୃଦ୍ଧି କରିିବା ଉଚିତ୍‌ ବୋଲି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) କହିଛି। ତା ’ ନହେଲେ କୋଭିଡ୍‌-୧୯ ମହାମାରୀ ଯୋଗୁ ନିକଟରେ ଏହାର ବାତିଲ ୮ଟି ମ୍ୟାଚ ଖେଳାଯିବା ସମ୍ଭବପର ହେବନାହିଁ। ମହାମାରୀ ଅନ୍ତର୍ଜାତୀୟ କ୍ୟାଲେଣ୍ଡରକୁ ପ୍ରଭାବିତ କରିଛି। ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ଗତବର୍ଷ ଅଗଷ୍ଟ ୧ରେ ଉନ୍ମୋଚନ ହୋଇଛି। ବାଂଲାଦେଶ ୮ଟି ଟେଷ୍ଟ ମ୍ୟାଚ ଖେଳିପାରିନାହିଁ। ଦଳ ଏପ୍ରିଲରେ ପାକିସ୍ତାନ ବିପକ୍ଷରେ ଦେଶ ବାହାରେ ଏକ ମ୍ୟାଚ, ଜୁନ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ସିରିଜ, ନ୍ୟୁଜିଲାଣ୍ଡ ବିପକ୍ଷରେ ଦୁଇଟି ଟେଷ୍ଟ ଏବଂ ଶ୍ରୀଲଙ୍କା ବିପକ୍ଷରେ ତିନୋଟି ମ୍ୟାଚ ଖେଳିପାରି ନାହିଁ। ବର୍ତ୍ତମାନ ଚାଲିଥିବା ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ ସମୟଚକ୍ରର ଅବଧିକୁ ଯଦି ବୃଦ୍ଧି କରା ନ ଯାଏ ତେବେ ପ୍ରଥମ ସମୟଚକ୍ରର ଧାର୍ଯ୍ୟ ସମୟସୀମା ମଧ୍ୟରେ ୮ଟି ଟେଷ୍ଟ ମ୍ୟାଚ ଖେଳିବା ସମ୍ଭବପର ନୁହେଁ ବୋଲି ବିସିବି ଚେୟାରମ୍ୟାନ ଆକ୍ରାମ ଖାଁ କହିଛନ୍ତି। ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଟେଷ୍ଟ ଖେଳୁଥିବା ୧୨ଟି ଦେଶ ମଧ୍ୟରୁ ୯ଟି ଦେଶକୁ ନେଇ ଅନୁଷ୍ଠିତ ହେଉଛି। ଦୁଇ ବର୍ଷିଆ ସମୟଚକ୍ରରେ ପ୍ରତ୍ୟେକ ଦଳ ୬ଟି ଲେଖାଏଁ ଟେଷ୍ଟ ସିରିଜ ଖେଳିବେ। ତନ୍ମଧ୍ୟରୁ ତିନୋଟି ନିଜ ଦେଶ ଏବଂ ଅନ୍ୟ ତିନୋଟି ବିଦେଶରେ। ହେଲେ ସିରିଜରେ ଟେଷ୍ଟ ମ୍ୟାଚ ସଂଖ୍ୟା ସମାନ ରହିବ ନାହିଁ। ପ୍ରତ୍ୟେକ ସିରିଜରୁ ଗୋଟିଏ ଦଳ ସର୍ବାଧିକ ୧୨୦ ପଏଣ୍ଟ ସ୍କୋର କରିପାରିବ। ଲିଗ୍‌ ପର୍ଯ୍ୟାୟ ଶେଷ ହେବା ପରେ ଆସନ୍ତା ବର୍ଷ ଜୁନ୍‌ରେ ଫାଇନାଲ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ୨୦୧୯ ଜୁଲାଇରୁ ୨୦୨୧ ମାର୍ଚ୍ଚ ୩୧ ମଧ୍ୟରେ ମୋଟ ୭୨ ଟେଷ୍ଟ ମ୍ୟାଚ ଖେଳାଯିବା କଥା। ସୂଚନାଯୋଗ୍ୟ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଷ୍ଟାଣ୍ଡିଂରେ ଭାରତ ବର୍ତ୍ତମାନ ପ୍ରଥମ ସ୍ଥାନରେ ରହିଥିବାବେଳେ ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?