କର୍ନାଟକରେ ହେବ ଟେସ୍ଲା କରିଡର

ନୂଆଦିଲ୍ଲୀ: ଆମେରିକୀୟ ଇଲେକ୍ଟ୍ରିକ କାର ନିର୍ମାତା କମ୍ପାନୀ ଟେସ୍ଲା କର୍ନାଟକ ରାଜଧାନୀ ବେଙ୍ଗାଲୁରୁଠାରେ ନିଜର ପ୍ରଥମ ଉପତ୍ାଦନ ୟୁନିଟ୍‌ କରିବ ବୋଲି ଜଣାପଡିଛି। ଏ ସମ୍ପର୍କରେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶନିବାର ଏକ ଖବରଦାତା ସମ୍ମିଳନୀ ଜରିଆରେ ସୂଚନା ଦେଇ କହିଛନ୍ତି ଯେ, ଆମେରିକୀୟ ଫାର୍ମ ଟେସ୍ଲା କର୍ନାଟକରେ ଏକ ଇଲେକ୍ଟ୍ରିକ କାର ଉପତ୍ାଦନ ୟୁନିଟ୍‌ ଖୋଲିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ତୁମକୁର ଜିଲାରେ ଏକ ଇଣ୍ଡଷ୍ଟ୍ରିଆଲ କରିଡର ନିର୍ମାଣ ହେବ। ଏଥିପାଇଁ ପ୍ରାୟ ୭୭୨୫ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୨.୮ ଲକ୍ଷ ଲୋକଙ୍କୁ ନିଯୁକ୍ତି ମିଳିବ ବୋଲି ଜଣାପଡିଛି।
ଆମେରିକୀୟ ଇଲେକ୍ଟ୍ରିକ କାର ନିର୍ମାତା କମ୍ପାନୀ ଟେସ୍ଲା ଗତ ଜାନୁୟାରୀରେ ଭାରତକୁ ଆସିଥିଲା। ସେହି ସମୟରେ ବେଙ୍ଗାଲୁରୁରେ ଏକ କମ୍ପାନୀ ରେଜିଷ୍ଟ୍ରେଶନ କରିଥିଲା। ଗତ ମାସରେ ଟେସ୍ଲା ବେଙ୍ଗାଲୁରୁରେ ନିଜର ସବ୍‌ସିିଡିଆରି କମ୍ପାନୀ ଟେସ୍ଲା ଇଣ୍ଡିଆ ମୋଟର୍ସ ଏବଂ ଏନର୍ଜି ପ୍ରାଇଭେଟ୍‌ ଲିମିଟେଡ ନାମରେ ଏକ କମ୍ପାନୀ ରେଜିଷ୍ଟ୍ରେଶନ କରାଇଥିଲା। ଟେସ୍ଲାର ଫାଉଣ୍ଡର ଓ ସିଇଓ ଏଲନ ମସ୍କ ଗତବର୍ଷ ଟୁଇଟର ଜରିଆରେ ସୂଚନା ଦେଇଥିଲେ ଯେ, କମ୍ପାନୀ ୨୦୨୧ ସୁଦ୍ଧା ଭାରତରେ ପ୍ରବେଶ କରିବ। ଟେସ୍ଲା ଭାରତରେ ନିଜର ମଡେଲ ୩ ସେଦାନ କାର ସହ ଏଣ୍ଟ୍ରି କରିବାକୁ ଯୋଜନା କରୁଛି। ଏହି ଇଲେକ୍ଟ୍ରିକ କାରର ଦାମ୍‌ ପ୍ରାୟ ୬୦ ଲକ୍ଷ ଟଙ୍କା ରହିବ, ଭାରତକୁ ଟେସ୍ଲା ଆସିବା ଖବର ପ୍ରଥମେ କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଦେଇଥିଲେ।
ଗତ ଡିସେମ୍ବରରେ ଗଡ଼କରୀ କହିଥିଲେ ଯେ, ଟେସ୍ଲା ଆସନ୍ତା ବର୍ଷ ଆରମ୍ଭରେ ଭାରତରେ ନିଜର ୟୁନିଟ୍‌ ଆରମ୍ଭ କରିବ। ଆଗାମୀ ୫ ବର୍ଷରେ କମ୍ପାନୀ ଦୁନିଆର ସବୁଠାରୁ ବଡ଼ ଇଲେକ୍ଟ୍ରିକ ବାହନ ଉତ୍ପାଦକ ହେବାର କ୍ଷମତା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri