ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍‌

ଖୁଣ୍ଟୁଣୀ,୩୧ା୮(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ କେବଳ ମାମଲା ରୁଜୁ କରି ଚୁପ୍‌ ବସିଛି। ଅଭିଯୁକ୍ତମାନଙ୍କୁ ଗିରଫ କରିପାରି ନ ଥିବାବେଳେ ଚୋରି ସାମଗ୍ରୀ ଉଦ୍ଧାର କରିପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତୁରନ୍ତ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ ରାତ୍ରି ପାଟ୍ରୋଲିଂ କଡାକଡି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଖୁଣ୍ଟୁଣୀ ଥାନା ଅଧୀନ ଗଣେଶ ବଜାର ନିକଟରେ ଥିବା ଦୁଷ୍ମନ୍ତ ସାହୁଙ୍କ ଘର ସମ୍ମୁଖରୁ ସୋମବାର ବିଳମ୍ବିତ ରାତିରେ ଏକ ଅଟୋ ଚୋରି ହୋଇଛି। ଏ ନେଇ ସେ ମଙ୍ଗଳବାର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ତଦନ୍ତ କରିଛି। ସେହିପରି ଗତ ୨୧ ତାରିଖ ରାତିରେ ଖୁଣ୍ଟୁଣୀ କଲେଜ ରୋଡ୍‌ରେ ଥିବା ବିଜୟ ସ୍ବାଇଁଙ୍କ ଘରୁ ଚୋରି ହୋଇଥିଲା। ଦୁର୍ବୃତ୍ତମାନେ ତାଙ୍କ ଘରର ତାଲା ଭାଙ୍ଗି ଅଳଙ୍କାର, ୫୦ ହଜାର ଟଙ୍କା ଓ ଏକ ବାଇକ୍‌ ଚୋରିକରି ନେଇଥିଲେ। ଏ ନେଇ ବିଜୟ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ. ୧୬୨/୨୨) ରୁଜୁ କରିଥିଲା। ହେଲେ ପୋଲିସ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ କି ଚୋରି ସାମଗ୍ରୀ ଉଦ୍ଧାର କରିପାରିନାହିଁ। ଗତବର୍ଷ ନଭେମ୍ବର ୩୦ ତାରିଖରେ ଖୁଣ୍ଟୁଣୀ ଅଞ୍ଚଳର ମନୋଜ ମିଶ୍ରଙ୍କର ଏକ ଟ୍ରକ୍‌ ଚୋରି ହୋଇଥିଲା। ଏନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ. ୧୫୪/୨୧) ରୁଜୁ କରିଥିଲା। ସେହିପରି ଡିସେମ୍ବର ୧ରେ ଖୁଣ୍ଟୁଣୀ ଥାନା ନିକଟରୁ ଏକ ତୈଳବାହି ଟ୍ୟାଙ୍କର ଓ ଡିସେମ୍ବର ୧୭ ତାରିଖରେ କୃଷ୍ଣଶ୍ୟାମପୁରର ସୁକାନ୍ତ ରାଉତଙ୍କର ଏକ ଟ୍ରକ୍‌ ଚୋରି ହୋଇଥିଲା। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରିଥିଲା। ହେଲେ ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଖୁଣ୍ଟୁଣୀରେ ଏକାଧିକ କବାଡିଆ ଦୋକାନ ଖୋଲିଛି। ଦୁର୍ବୃତ୍ତମାନେ ଟ୍ରକ୍‌ର ଯନ୍ତ୍ରାଂଶ ଓ ଲୁହା ସାମଗ୍ରୀ ଚୋରିକରି କବାଡିଆ ଦୋକାନରେ ବିକ୍ରି କରୁଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଆଇଆଇସି ଭବାନୀ ଶଙ୍କର ଖୁଣ୍ଟିଆ କହିଛନ୍ତି, ଅଭିଯୋଗ ପରେ ତଦନ୍ତ କରାଯାଉଛି। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ। ଏଥିସହ ରାତିରେ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri