ଦୁଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ତାଡ଼ିନେଲେ ଠାକୁରଙ୍କ ଆଖି

ଭଦ୍ରକ,୧୮ା୧୨(ସନାତନ ରାଉତ): ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ମନ୍ଦିରରୁ ଦାନ ବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ସୂଚନା ମୁତାବକ ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଚୋରି ହୋଇଛି। ଦାନବାକ୍ସରୁ ଟଙ୍କା ନେଇଯାଇ ବାକ୍ସକୁ ମନ୍ଦିରଠାରୁ କିଛି ଦୂର ହୋରିପଦା ଠାରେ ପକାଇଛନ୍ତି। ଏପରିକି ଦୁର୍ବୃତ୍ତମାନେ ପ୍ରଭୁ ମଦନମୋହନଙ୍କ ଆଖି ତାଡ଼ି ନେଇଛନ୍ତି। ଯାହା ଭକ୍ତ ଓ ସ୍ଥାନୀୟ ଅଧିବାସୀଙ୍କୁ ବ୍ୟଥିତ କରିଛି। ଖବର ପାଇ ସିଟି ଡିଏସ୍‌ପି ଅଂଶୁମାନ ଦ୍ବିବେଦୀ ଓ ପୁରୁଣାବଜାର ଆଇଆଇସି ନିରୋଜ ସାମଲ ସଦଳବଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମନ୍ଦିରରେ ଲାଗିଥିବା ସିସିଟିଭିରେ ଚୋରି ବେଳର ଦୃଶ୍ୟ କଏଦ ହୋଇଥିବା ବେଳେ ସିସିଟିଭିକୁ ଯାଞ୍ଚ କରିଛି ପୋଲିସ। ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧନୀ କୁକୁର ଦ୍ୱାରା ତଦନ୍ତ ହେବ ବୋଲି ସିଟି ଡିଏସଥପି କହିଛନ୍ତି। ଏନେଇ ରାଧାଗୋବିନ୍ଦ ମନ୍ଦିର କମିଟି ସଭାପତି କେଦାରନାଥ ଭଟ୍ଟାଚାର୍ଯ୍ୟ ଓ ମଦନମୋହନ ମନ୍ଦିର ମହନ୍ତ ଆଶିଷ ଦେବ ଗୋସ୍ବାମୀ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri