କଡ଼ା ସୁରକ୍ଷା ମଧ୍ୟରେ ଏଟିଏମ ଭାଙ୍ଗି କରୁଥିଲେ ଚୋରି, ହଠାତ୍‌ ପହଞ୍ଚିଗଲେ, ତା’ପରେ…

ଲାଞ୍ଜିଗଡ଼, ୧୩।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏଟିଏମ ଭାଙ୍ଗି ଚୋରି କରିବା ଉଦ୍ୟମ ଫେଲ ମାରିଛି। ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ। ସୂଚନାନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡ ପରିସରରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାର ଏଟିଏମରେ କୌଣସି ଚୋର ପ୍ରଥମେ ସଟର ଭାଙ୍ଗି ସେଥିରେ ସଫଳ ନ ହେବାରୁ ଉପରେ ଥିବା କାଚ କବାଟ ଭାଙ୍ଗି ଭିତରେ ପଶିବା ସହିତ ଏଟିଏମ ତାଡ଼ି ଚୋରି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କାରଖାନାକୁ ଲାଗି ରହିଥିବା ଏହି ବ୍ୟାଙ୍କ ଶାଖା ଓ ଏଟିଏମ ନିକଟରେ ଦିନରାତି ଭିଡ଼ ଓ କମ୍ପାନୀର କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି। କିନ୍ତୁ ଏହାସତ୍ତ୍ୱେ ଜଣେ ଚୋର ଦେହରେ ରେନକୋର୍ଟ ଓ ମୁହଁରେ ମାସ୍କ ପିନ୍ଧି ଏଟିଏମ ଭିତରକୁ ପଶି ଚୋରି ଉଦ୍ୟମ କରିବା ସିସିଟିଭିରେ କଏଦ ହୋଇଛି। ଏ ସମ୍ପର୍କରେ ଖବର ପାଇ ବଡ଼ିଭୋରରୁ କେସିଙ୍ଗା ଉପଖଣ୍ଡ ପୋଲିସ ଅଧିକାରୀ ସନ୍ଦୀପ ମାଝୀ, ଲାଞ୍ଜିଗଡ଼ ଥାନାଧିକାରୀ ଯଶୋବନ୍ତ ହିଆଲଙ୍କ ନେତୃତ୍ୱରେ ପୋଲିସ ଦଳ ପହଞ୍ଚି ସିସିଟିଭି ଯାଞ୍ଚ ସହିତ ତଦନ୍ତ ଆରମ୍ଭ କରିଛନ୍ତି। ଖବରପାଇ ଲାଞ୍ଜିଗଡ ଶାଖା ପରିଚାଳକ ସତୀଶ ମହାକୁଡ଼ ଏବଂ ବ୍ୟାଙ୍କର ସମସ୍ତ କର୍ମଚାରୀ ପହଞ୍ଚିଥିଲେ। ତେବେ ବ୍ୟାଙ୍କ ଶାଖା ପକ୍ଷରୁ ଏଟିଏମରେ କୌଣସି ନିଜସ୍ବ ସୁରକ୍ଷା କର୍ମଚାରୀ ନଥିବାବେଳେ ବେଦାନ୍ତ କମ୍ପାନୀର କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏହି ଏଟିଏମରେ ଚୋରି ଉଦ୍ୟମ ସାଧାରଣ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି କମ୍ପାନୀ ମୁଖ୍ୟ ଫାଟକକୁ ଲାଗି ରହିଥିବା ଏହି ଏଟିଏମ ରେ ଚୋରି ଉଦ୍ୟମ କମ୍ପାନୀର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ

ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri