ଚୋରା ବାଇକ୍‌ରେ ଲୁଟୁଥିଲା କଟୁରି ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଚୋରା ବାଇକ୍‌ରେ ବୁଲୁଥିଲେ। ଏକୁଟିଆ ଯାଉଥିବା ଲୋକଙ୍କୁ ଟାର୍ଗେଟ କରି କଟୁରି ଦେଖାଇ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱରରେ ଆତଙ୍କ ସୃଷ୍ଟି କରୁଥିବା କଟୁରୀ ଗ୍ୟାଙ୍ଗ୍‌ ଶେଷରେ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ଜଣଙ୍କୁ ଧରିଛି ଖଣ୍ଡଗିରି ଥାନା ପୋଲିସ। ସେମାନେ ହେଲେ ବରମୁଣ୍ଡା ମହାବୀର ବସ୍ତିରେ ରହୁଥିବା ପୁରୀର ରାଜେଶ ସାମଲ (୨୭), ପୁରୁଣା ଭୁବନେଶ୍ୱରରେ ରହୁଥିବା ପୁରୀର ବାବୁନା ଓରଫ ନାରାୟଣ ବାରିକ (୨୮), କଟକ ଜିଲା ତିଗିରିଆର ଅର୍ବାଜ ଖାନା ଓରଫ ରକି (୨୨), କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇର ସୌମ୍ୟରଞ୍ଜନ ସିଂ (୨୭) ଓ ଅନ୍ୟଜଣେ ହେଉଛନ୍ତି ନାବାଳକ। ଏମାନଙ୍କଠାରୁ ୪ ଚୋରା ବାଇକ, ୨୨ ମୋବାଇଲ ଫୋନ, ୩୬ ହଜାର ଟଙ୍କା, ୨ କଟୁରି, ୨ ଭୁଜାଲି, ୫ ଘଣ୍ଟା ଜବତ କରାଯାଇଛି। ଏଥିସହ ନଂ.୧୨୨/୨୨ରେ ମାମଲା ରୁଜୁ କରାଯାଇ ୪ଜଣଙ୍କୁ ଗିରଫ କରାଯାଇ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅନ୍ୟପକ୍ଷରେ ନାବାଳକଙ୍କୁ ବାଳସୁଧାରଗୃହକୁ ପଠାଇଦିଆଯାଇଛି। ପଚରାଉଚରାବେଳେ ଗ୍ୟାଙ୍ଗ ସମ୍ପର୍କରେ ବହୁ ତଥ୍ୟ ପାଇଛି ପୋଲିସ। ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବା ଲାଗି ଚଢ଼ାଉ ଜାରି ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଖଣ୍ଡଗିରି ଓ ଭରତପୁର ଥାନାର ଅଧିକାରୀଙ୍କୁ ନେଇ ଗଠିତ ୨ଟି ଟିମ୍‌ ଏହି ଗ୍ୟାଙ୍ଗକୁ ଧରିବାକୁ ଉଦ୍ୟମ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri